
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୯୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୪୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୦ ଲକ୍ଷ ୨୦ ହଜାର ୭୩୦ ରେ ପହଞ୍ଚିଛି।
ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୧ ହଜାର ୪୩୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୩ ଲକ୍ଷ ୬୨ ହଜାର ୭୦୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୬ ହଜାର ୫୮୬ ଆକ୍ଟିଭ୍ କେସ୍ ରହିଛି।