କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୬ ହଜାର ୮୬୨ ଆକ୍ରାନ୍ତ ଚିହ୍ନଟ

Published: Oct 15, 2021, 10:47 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୬ ହଜାର ୮୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୭୯ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୦ ଲକ୍ଷ ୩୭ ହଜାର ୫୯୨ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୧ ହଜାର ୮୧୪ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୩ ଲକ୍ଷ ୮୨ ହଜାର ୧୦୦ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୩ ହଜାର ୬୭୮ ଆକ୍ଟିଭ୍‌ କେସ୍ ରହିଛି।

Related posts