ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୫ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୭୮ କୁ ବୃଦ୍ଧି

Published: Oct 15, 2021, 10:52 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୭୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ନବରଙ୍ଗପୁର ଜିଲ୍ଲାରୁ ସର୍ବାଧିକ ୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଭୁବନେଶ୍ଵରରୁ ୨ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୪ ହଜାର ୨୭୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨୦ ହଜାର ୬୪୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୨୯୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୭୮ କୁ ବୃଦ୍ଧି ହୋଇଛି।

Related posts