କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୫ ହଜାର ୯୮୧ ଆକ୍ରାନ୍ତ ଚିହ୍ନଟ

Published: Oct 16, 2021, 11:15 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୯୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୬୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୦ ଲକ୍ଷ ୫୩ ହଜାର ୫୭୩ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୧ ହଜାର ୯୮୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୩ ଲକ୍ଷ ୯୯ ହଜାର ୯୬୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୧ ହଜାର ୬୩୨ ଆକ୍ଟିଭ୍‌ କେସ୍ ରହିଛି।

Related posts