କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୪ ହଜାର ୧୪୬ ଆକ୍ରାନ୍ତ ଚିହ୍ନଟ

Published: Oct 17, 2021, 12:16 pm IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୪ ହଜାର ୧୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୪୪ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୦ ଲକ୍ଷ ୬୭ ହଜାର ୭୧୯ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୨ ହଜାର ୧୨୪ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୪ ଲକ୍ଷ ୧୯ ହଜାର ୭୪୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୯୫ ହଜାର ୮୪୬ ଆକ୍ଟିଭ୍‌ କେସ୍ ରହିଛି।

Related posts