
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୦୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।
ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୪୧, କଟକରୁ ୬୧, ମୟୂରଭଞ୍ଜରୁ ୨୯, କେନ୍ଦ୍ରାପଡାରୁ ୨୬, ବାଲେଶ୍ବରରୁ ୧୯, ଜଗତସିଂହପୁରରୁ ୧୪, ଯାଜପୁରରୁ ୧୪, ପୁରୀରୁ ୧୧, ସମ୍ବଲପୁରରୁ ୧୦, ସୁନ୍ଦରଗଡରୁ ୧୦, ଭଦ୍ରକରୁ ୩, ଗଞ୍ଜାମରୁ ୩, କୋରାପୁଟରୁ ୨, ମାଲକାନଗିରିରୁ ୨, ଝାରସୁଗୁଡାରୁ ୧, କଳାହାଣ୍ଡିରୁ ୧, କେନ୍ଦୁଝରରୁ ୧, ନୟାଗଡରୁ ୧, ନୂଆପଡାରୁ ୧ ଏବଂ ଷ୍ଟେଟ ପୁଲରୁ ୫୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୨୨ ହଜାର ୨୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୭୭ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୪୮୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୮୫ କୁ ବୃଦ୍ଧି ହୋଇଛି।