
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୩ ହଜାର ୫୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୬୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୦ ଲକ୍ଷ ୮୧ ହଜାର ୩୧୫ ରେ ପହଞ୍ଚିଛି।
ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୨ ହଜାର ୨୯୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୪ ଲକ୍ଷ ୩୯ ହଜାର ୩୩୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୮୯ ହଜାର ୬୯୪ ଆକ୍ଟିଭ୍ କେସ୍ ରହିଛି।