ଆସୁଛି ଆଉ ଏକ ଲଘୁଚାପ: ଜାଣନ୍ତୁ କେଉଁ ଜିଲ୍ଲାରେ ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା

Published: Oct 18, 2021, 2:42 pm IST

ଭୁବନେଶ୍ବର: ରାଜ୍ୟ ପାଇଁ ଆଉ ଏକ ଲଘୁଚାପ ବିପଦ ସୃଷ୍ଟି ହୋଇଛି। ପଶ୍ଚିମବଙ୍ଗର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତର ଓଡିଶା ଓ ଆଖପାଖ ଅଞ୍ଚଳରେ ମଧ୍ୟ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ହେବା ସମ୍ଭାବନା ରହିଛି। ଆସନ୍ତାକାଲି ସକାଳ ୮ ଟା ୩୦ ଯାଏଁ ବାଲେଶ୍ଵର ଏବଂ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଦୁଇ ଜିଲ୍ଲାର ଅନେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ସମ୍ଭାବନା ରହିଛି।

ସେହିଭଳି ୭ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, କେନ୍ଦୁଝର, ସୁନ୍ଦରଗଡ, ଦେବଗଡ ଓ ଯାଜପୁର ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ତେବେ ଏହି ଉପରୋକ୍ତ ଜିଲ୍ଲାଗୁଡିକରେ ବର୍ଷା ହେବା ସହ ବଜ୍ରପାତ ସମ୍ଭାବନା ରହିଛି। କେବଳ ବଜ୍ରପାତ ସମ୍ଭାବନା ଥିବା ଜିଲ୍ଲାଗୁଡିକ ହେଲେ କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ଝାରସୁଗୁଡା, ଅନୁଗୁଳ ଏବଂ ଢେଙ୍କାନାଳ ଜିଲ୍ଲା।

Related posts