ସାତ ଯୋଡ଼ା ସ୍ୱତନ୍ତ୍ର ଟ୍ରେନରେ ମାସିକ ସିଜିନ ଟିକେଟ୍ ପୁନଃ ପ୍ରଚଳନ

Published: Oct 18, 2021, 6:36 pm IST

ଭୁବନେଶ୍ବର: ଦୈନନ୍ଦିନ ଯାତାୟାତ କରୁଥିବା ଟ୍ରେନ ଯାତ୍ରୀମାନଙ୍କ ସୁବିଧା ପାଇଁ, ପୂର୍ବ ତଟ ରେଳପଥ ଆହୁରି ସାତ ଯୋଡ଼ା ସ୍ୱତନ୍ତ୍ର ଟ୍ରେନରେ ମାସିକ ସିଜିନ ଟିକେଟ୍ (ଏମଏସଟି)/ତ୍ରୟମାସିକ ସିଜିନ ଟିକେଟ୍ (କ୍ୟୁଏସଟି) ସହିତ ଟ୍ରେନ୍ ଯାତ୍ରାକୁ ଅନୁମତି ଦେଇଛି। ଏହି ଟ୍ରେନ୍ ଗୁଡିକ ହେଉଛି …

A. 08431/08432 ପୁରୀ-କଟକ-ପୁରୀ ବିଶେଷ ଟ୍ରେନ।

B. 08412/08411 ଭୁବନେଶ୍ୱର-ଭଦ୍ରକ-ଭୁବନେଶ୍ୱର ବିଶେଷ ଟ୍ରେନ।

C. 08461/08462 କଟକ-ପାରାଦୀପ-କଟକ ବିଶେଷ ଟ୍ରେନ।

D. 08454/08453 କଟକ-ଭଦ୍ରକ-କଟକ ବିଶେଷ ଟ୍ରେନ।

E. 08404/08403 ପୁରୀ-ଖୋର୍ଦ୍ଧା ରୋଡ଼-ପୁରୀ ବିଶେଷ ଟ୍ରେନ।

F. 68050/68049 ଭଦ୍ରକ-ଖଡଗପୁର-ଭଦ୍ରକ ବିଶେଷ ଟ୍ରେନ।

G. 08004/08003 ଭଦ୍ରକ-ହାଓଡ଼ା-ଭଦ୍ରକ ବିଶେଷ ଟ୍ରେନ।

ଏହାପୂର୍ବରୁ, ପୂର୍ବତଟ ରେଳପଥ ଛଅ ଯୋଡ଼ା ବିଶେଷ ଟ୍ରେନ ଯଥା 08428/08427 ପୁରୀ-ଅନୁଗୁଳ-ପୁରୀ, 08456/08455 ଖୋର୍ଦ୍ଧା ରୋଡ୍-କେନ୍ଦୁଝରଗଡ-ଖୋର୍ଦ୍ଧା ରୋଡ୍, 08522/08521 ବିଶାଖାପାଟନମ୍-ଗୁଣୁପୁର-ବିଶାଖାପାଟନମ୍, 08528/08527 ବିଶାଖାପାଟନମ୍-ରାୟପୁର-ବିଶାଖାପାଟନମ୍, 08263/08264 ଟିଟିଲାଗଡ-ବିଳାସପୁର-ଟିଟିଲାଗଡ ଏବଂ 07266/07265 ବିଶାଖାପାଟନମ୍-କାକିନଡା ବନ୍ଦର-ବିଶାଖାପାଟନମ୍ ବିଶେଷ ଟ୍ରେନ ଦ୍ୱାରା ଏମଏସଟି/କ୍ୟୁଏସଟି ସହିତ ଟ୍ରେନ୍ ଯାତ୍ରାକୁ ଅନୁମତି ଦେଇଥିଲା।

ଉପରୋକ୍ତ 13 ଟି ବିଶେଷ ଟ୍ରେନ ଗୁଡିକ ବ୍ୟତୀତ ଯାତ୍ରୀ ମାନେ ଚଳାଚଳ କରୁଥିବା ଅନ୍ୟ ବିଶେଷ ଟ୍ରେନ ମାନଙ୍କରେ ସିଜିନ ଟିକେଟ୍ (ଏମଏସଟି)/ତ୍ରୟମାସିକ ସିଜିନ ଟିକେଟ୍ (କ୍ୟୁଏସଟି) ସହିତ ଯାତ୍ରା କରିବାକୁ ରେଳ ପ୍ରଶାସନ ପକ୍ଷରୁ ଅନୁମତି ଦିଆଯାଇନାହିଁ।

Related posts