କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୩ ହଜାର ୫୮ ଆକ୍ରାନ୍ତ ଚିହ୍ନଟ

Published: Oct 19, 2021, 12:26 pm IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୩ ହଜାର ୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୬୪ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୦ ଲକ୍ଷ ୯୪ ହଜାର ୩୭୩ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୨ ହଜାର ୪୫୪ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୪ ଲକ୍ଷ ୫୮ ହଜାର ୮୦୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୮୩ ହଜାର ୧୧୮ ଆକ୍ଟିଭ୍‌ କେସ୍ ରହିଛି।

Related posts