କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୪ ହଜାର ୬୨୩ ଆକ୍ରାନ୍ତ ଚିହ୍ନଟ

Published: Oct 20, 2021, 11:08 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୪ ହଜାର ୬୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୯୭ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୧ ଲକ୍ଷ ୮ ହଜାର ୯୯୬ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୨ ହଜାର ୬୫୧ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୪ ଲକ୍ଷ ୭୮ ହଜାର ୨୪୭ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୭୮ ହଜାର ୯୮ ଆକ୍ଟିଭ୍‌ କେସ୍ ରହିଛି।

Related posts