କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୮ ହଜାର ୪୫୪ ଆକ୍ରାନ୍ତ ଚିହ୍ନଟ

Published: Oct 21, 2021, 11:11 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୪୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୬୦ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୧ ଲକ୍ଷ ୨୭ ହଜାର ୪୫୦ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୨ ହଜାର ୮୧୧ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୪ ଲକ୍ଷ ୯୫ ହଜାର ୮୦୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୭୮ ହଜାର ୮୩୧ ଆକ୍ଟିଭ୍‌ କେସ୍ ରହିଛି।

Related posts