Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଦେଶରେ ଓଡିଆ ଶ୍ରମିକଙ୍କୁ ନିର୍ଯ୍ୟାତନା ଅଭିଯୋଗ: ବାଲୁଗାଁ ଶ୍ରମ ଅଧିକାରୀଙ୍କ ଦ୍ଵାରସ୍ଥ ହେଲେ ପରିବାର
ଆଜିର ଖବର

ବିଦେଶରେ ଓଡିଆ ଶ୍ରମିକଙ୍କୁ ନିର୍ଯ୍ୟାତନା ଅଭିଯୋଗ: ବାଲୁଗାଁ ଶ୍ରମ ଅଧିକାରୀଙ୍କ ଦ୍ଵାରସ୍ଥ ହେଲେ ପରିବାର

October 21, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ପୁଣି ବିଦେଶରେ ଓଡ଼ିଆ ଶ୍ରମିକଙ୍କୁ ନିର୍ଯାତନା ଅଭିଯୋଗ ହୋଇଛି। ଶ୍ରମିକଙ୍କୁ କମ୍ପାନୀ ଶ୍ରମ କରାଉଥିଲେ ମଧ୍ୟ ମାସ ମାସ ଧରି ଦରମା ଦେଉନଥିବା ଅଭିଯୋଗ ହୋଇଛି। ମସ୍କଟର ଓମାନ ସହରରୁ ଏଭଳି ଅଭିଯୋଗ ଆସିଛି।

ଅଭିଯୋଗ ମୁତାବକ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଆୟତପୁର ଗ୍ରାମର ପ୍ରଫୁଲ୍ଲ ବେହେରା ଓ ପଞ୍ଚେଇ ବେହେରାଙ୍କ ବଡ ପୁଅ ଚନ୍ଦନ ବେହେରା (୨୬) ଜଣେ ଏଜେଣ୍ଟଙ୍କ ମାଧ୍ୟମରେ ଚାରି ବର୍ଷ ପୂର୍ବେ ମସ୍କଟର ଓମାନ ସହରରେ ଥିବା ‘ଡ଼ଲଫିନ ଟ୍ରେଡିଙ୍ଗ ଆଣ୍ଡ ଇନଭେଷ୍ଟମେଣ୍ଟ ‘ ନାମକ ଏକ ଘରୋଇ କମ୍ପାନୀରେ ହେଲ୍ପର ଭାବେ କାମ କରିବାକୁ ଯାଇଥିଲେ।

ତେବେ ଦୀର୍ଘ ଦଶ ମାସ ହେବ ଉକ୍ତ କମ୍ପାନୀ ଚନ୍ଦନଙ୍କୁ ପାରିଶ୍ରମିକ ଦେଉନାହିଁ ଏବଂ ଖାଇବାକୁ ଖାଦ୍ୟ ମଧ୍ୟ ଠିକରେ ଦେଉନଥିବାର ଚନ୍ଦନଙ୍କ ମାତା ପଞ୍ଚେଇ ଅଭିଯୋଗ କରିଛନ୍ତି। ଏପରିକି ଉକ୍ତ କମ୍ପାନୀ ତାଙ୍କୁ ନାନାଦିପ୍ରକାର ନିର୍ଯ୍ୟାତନା ଦେଇଥିବାର ଅଭିଯୋଗ କରିଛନ୍ତି ପଞ୍ଚେଇ।

ଏହି ପରିପ୍ରେକ୍ଷୀରେ ସେ ନିକଟରେ ବାଲୁଗାଁ ସହକାରୀ ଶ୍ରମ ଅଧିକାରୀଙ୍କୁ ଭେଟି ଏକ ଲିଖିତ ଅଭିଯୋଗ ଦେବା ସହ ଯଥାଶୀଘ୍ର ତାଙ୍କ ପୁତ୍ର ଚନ୍ଦନଙ୍କୁ ସ୍ବଦେଶ ଫେରାଇ ଆଣିବାର ବ୍ୟବସ୍ଥା କରିବାପାଇଁ ନିବେଦନ କରିଛନ୍ତି।

ଅନୁରୂପ ଭାବେ ଏ ନେଇ ବାଲୁଗାଁ ସହକାରୀ ଶ୍ରମ ଅଧିକାରୀ ଚନ୍ଦନ ମାଝୀଙ୍କୁ ଯୋଗାଯୋଗ କରିବାରୁ ସେ ଉକ୍ତ ଅଭିଯୋଗ ପାଇଥିବାର ସ୍ୱୀକାର କରିଛନ୍ତି। ଚନ୍ଦନଙ୍କ ସହିତ ବାଣପୁର ବ୍ଲକ, ଚିଲିକା ବ୍ଲକ ଏବଂ ଗଞ୍ଜାମ ଜିଲ୍ଲାର ଆଉ ୭ ଜଣ ଶ୍ରମିକ ମଧ୍ୟ ଉକ୍ତ କମ୍ପାନୀରେ କାର୍ଯ୍ୟ କରୁଥିବାର ପ୍ରକାଶ କରିଛନ୍ତି ସହକାରୀ ଶ୍ରମ ଅଧିକାରୀ। ତେବେ ତଦନ୍ତରୁ ଜଣାପଡିଛି ଯେ ସମସ୍ତ ୮ ଜଣ ଶ୍ରମିକମାନଙ୍କ ରେସିଡେନ୍ସ ଭିଜାର ଅବଧି ଗତବର୍ଷରୁ ସମାପ୍ତ ହୋଇଯାଇଛି ଏବଂ ପୁନଃ କାର୍ଯ୍ୟକ୍ଷମ ହୋଇନାହିଁ। ଏବଂ ସେଥିନିମନ୍ତେ ସେମାନଙ୍କୁ ଉକ୍ତ କମ୍ପାନୀ ଗତବର୍ଷରୁ କାମ ଦେଉନାହିଁ କି ପାରିଶ୍ରମିକ ଦେଉନାହିଁ। ତଥାପି ପଞ୍ଚେଇ ଦେଇଥିବା ଅଭିଯୋଗ ଆଧାରରେ ଶ୍ରମ ଅଧିକାରୀ ଏ ନେଇ ଶ୍ରମ କମିଶନର ଏବଂ ରାଜ୍ୟ ସରକାରଙ୍କୁ ଅବଗତ କରାଇସାରିଛନ୍ତି ଏବଂ ଯଥାଶୀଘ୍ର ସମସ୍ତ ୮ ଜଣ ଶ୍ରମିକଙ୍କୁ ସ୍ବଦେଶୀ ଆଣିବା ପାଇଁ ପ୍ରଚେଷ୍ଟା ଜାରିରହିଥିବାର ସୂଚନା ଦେଇଛନ୍ତି ଶ୍ରୀ ମାଝୀ।

ଓଡ଼ିଆ ଶ୍ରମିକ ବିଦେଶ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ ବୃଦ୍ଧି ପାଇବ ପୁଞ୍ଜିନିବେଶ: ୩୭ଟି ପ୍ରକଳ୍ପକୁ ମିଳିଲା ଇଡ୍‌କୋର ଜମି ମଞ୍ଜୁରୀ

September 4, 2026

ଆଇନ ଛାତ୍ରଙ୍କ ଆଚରଣ ନିୟନ୍ତ୍ରଣ କରିବା କ୍ଷମତା BCIର ନାହିଁ: ସୁପ୍ରିମକୋର୍ଟ

September 4, 2026

‘ଶୂନ୍ ମୃତ୍ୟୁ ସପ୍ତାହ’ ଆରମ୍ଭ; ଜୀବନ ବଞ୍ଚାଇଲେ ମିଳିବ ‘ରାହାବାର’ ଓ ‘ଗୁଡ୍ ସମାରିଟାନ୍’ ପୁରସ୍କାର

September 4, 2026

ଜନ୍ମାଷ୍ଟମୀରେ ମା’ ଭଗବତୀଙ୍କ ଧରାବତରଣ: ଶାରଦୀୟ ପର୍ବ ପାଇଁ ପୂର୍ବପ୍ରସ୍ତୁତି

September 4, 2026
Latest News

ଜିମ୍‌ରେ ଝାଳ, ହୃଦୟରେ ବିପଦ? ICMR ଅଧ୍ୟୟନରେ ଖୋଲିଲା ବିପଦର ରହସ୍ୟ

September 4, 2026

ତୀର୍ଥରୁ ସମୁଦ୍ରତଟ, ସଂସ୍କୃତିରୁ ଆଧ୍ୟାତ୍ମିକତା: ରେଳପଥରେ ଦକ୍ଷିଣ ଭାରତ ଯାତ୍ରା

September 4, 2026

ଓଡ଼ିଶାରେ ବୃଦ୍ଧି ପାଇବ ପୁଞ୍ଜିନିବେଶ: ୩୭ଟି ପ୍ରକଳ୍ପକୁ ମିଳିଲା ଇଡ୍‌କୋର ଜମି ମଞ୍ଜୁରୀ

September 4, 2026

ଆଘାତ ନଥାଇ ହଠାତ୍ ଗୋଡ଼ରେ ଯନ୍ତ୍ରଣା ହେଉଛି କି ! ଶରୀରର ଏହି ‘ସିଗନାଲ୍‌’କୁ ବୁଝନ୍ତୁ

September 4, 2026

ଆଇନ ଛାତ୍ରଙ୍କ ଆଚରଣ ନିୟନ୍ତ୍ରଣ କରିବା କ୍ଷମତା BCIର ନାହିଁ: ସୁପ୍ରିମକୋର୍ଟ

September 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.