
ଭୁବନେଶ୍ବର: ଆଜି ମୟୂରଭଞ୍ଜ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେଠାରେ ସେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ। ଏଥିସହିତ ୪୦୫ଟି ପ୍ରକଳ୍ପର ଶିଳାନ୍ୟାସ ସହିତ ୧୩୪ଟି ପ୍ରକଳ୍ପ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। ଏହି ପ୍ରକଳ୍ପ ପାଇଁ ୨ ହଜାର କୋଟିରୁ ଅଧିକ ଟଙ୍କାର ବ୍ୟୟ ବରାଦ ରହିଛି।
ମୁଖ୍ୟମନ୍ତ୍ରୀ ଭୁବନେଶ୍ବରରୁ ହେଲିକପ୍ଟର ଯୋଗେ ଯାଇ ବାରିପଦାର କଲେଜ ପଡିଆରେ ପହଞ୍ଚିବେ। ସେଠାରେ ଶହୀଦ ସ୍ମୃତିଭବନରେ ଆୟୋଜିତ ଏକ ସଭାରେ ହିତାଧିକାରୀଙ୍କୁ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ବଣ୍ଟନ କରିବେ । ମୟୂରଭଞ୍ଜ ଜିଲ୍ଲାରେ ପ୍ରାୟ ୬ ଲକ୍ଷ ହିତାଧିକାରୀ ଏହି ସ୍ମାର୍ଟକାର୍ଡର ଲାଭ ପାଇବେ।