ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୭୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୩୧ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୧ ଲକ୍ଷ ୪୩ ହଜାର ୨୩୬ ରେ ପହଞ୍ଚିଛି।
ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୩ ହଜାର ୪୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୫ ଲକ୍ଷ ୧୪ ହଜାର ୪୪୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୭୫ ହଜାର ୭୪୫ ଆକ୍ଟିଭ୍ କେସ୍ ରହିଛି।