କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୬ ହଜାର ୩୨୬ ଆକ୍ରାନ୍ତ ଚିହ୍ନଟ

Published: Oct 23, 2021, 11:06 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୬ ହଜାର ୩୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୧ ଲକ୍ଷ ୫୯ ହଜାର ୫୬୨ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୩ ହଜାର ୭୦୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୫ ଲକ୍ଷ ୩୨ ହଜାର ୧୨୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୭୩ ହଜାର ୭୨୮ ଆକ୍ଟିଭ୍‌ କେସ୍ ରହିଛି।

Related posts