Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମମିତା ମେହେର ହତ୍ୟାକାଣ୍ଡ ପ୍ରତିବାଦରେ ଚାରୋଟି ବାମପନ୍ଥୀ ଦଳ ତରଫରୁ ଭୁବନେଶ୍ୱରରେ ବିକ୍ଷୋଭ
ଆଜିର ଖବର

ମମିତା ମେହେର ହତ୍ୟାକାଣ୍ଡ ପ୍ରତିବାଦରେ ଚାରୋଟି ବାମପନ୍ଥୀ ଦଳ ତରଫରୁ ଭୁବନେଶ୍ୱରରେ ବିକ୍ଷୋଭ

October 23, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମମିତା ମେହେର ହତ୍ୟାକାଣ୍ଡ ପ୍ରତିବାଦରେ ଓଡ଼ିଶାର ଚାରୋଟି ବାମପନ୍ଥୀ ଦଳ ସିପିଆଇ, ସିପିଆଇ (ଏମ୍‌), ସିପିଆଇ (ଏମଏଲ୍‌) ଲିବରେସନ ଏବଂ ଅଲ ଇଣ୍ଡିଆ ଫରୱାର୍ଡ ବ୍ଲକ ନେତୃତ୍ୱରେ ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ଛକଠାରେ ବିକ୍ଷୋଭ ସଂଗଠିତ ହୋଇଯାଇଛି।

ମମିତା ମେହେର ହତ୍ୟାକାଣ୍ଡ ତଦନ୍ତର ନିରପେକ୍ଷତା ପାଇଁ ଓଡ଼ିଶାର ଗୃହରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ମନ୍ତ୍ରୀମଣ୍ଡଳରୁ ତୁରନ୍ତ ବହିଷ୍କାର କରିବା, ଓଡ଼ିଶା ଉଚ୍ଚ ନ୍ୟାୟାଳୟର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସ୍ୱତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସ୍‌ଆଇଟି) ଦ୍ୱାରା ମମିତା ମେହେର ହତ୍ୟାକାଣ୍ଡର ତଦନ୍ତ କରିବା, ଦିବ୍ୟଶଙ୍କର ମିଶ୍ରଙ୍କୁ ଏସ୍‌ଆଇଟି ତଦନ୍ତ ପରିସରଭୁକ୍ତ କରିବା, ଅପରାଧୀମାନଙ୍କୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଶାସ୍ତିଦେବା, ମମିତାଙ୍କ ପରିବାରକୁ ଏକକୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିବା ପାଇଁ ବାମପନ୍ଥୀ ଦଳମାନେ ଦୃଢ ଭାବେ ଦାବି କରିଛନ୍ତି।

ଏହି ଆନ୍ଦୋଳନରେ ସିପିଆଇ ତରଫରୁ ଆଶୀଷ କୁନନଗୋ, ରାମକୃଷ୍ଟ ପଣ୍ଡା, ଅଭୟ ସାହୁ, ସୁର ଜେନା, କୈଳାସ ପୁହାଣ, ସିପିଆଇ (ଏମ୍‌) ତରଫରୁ ଜଗନ୍ନାଥ ମିଶ୍ର, ସୁରେଶ ପାଣିଗ୍ରାହୀ, ଅଭିରାମ ବେହେରା, ଯତୀନ ମହାନ୍ତି, ରାମଚନ୍ଦ୍ର ତ୍ରିପାଠୀ, ସିପିଆଇ (ଏମ୍‌ଏଲ୍‌) ଲିବରେସନ ତରଫରୁ ଯୁଧିଷ୍ଠିର ମହାପାତ୍ର, ରାଧାକାନ୍ତ ସେଠି, ମହେନ୍ଦ୍ର ପରିଡ଼ା ଏବଂ ଅଲ ଇଣ୍ଡିଆ ଫରୱାର୍ଡ଼ ବ୍ଲକ ତରଫରୁ ପୂର୍ଣ୍ଣଚନ୍ଦ୍ର ପାଢୀ, ପ୍ରମୁଖ ନେତୃତ୍ୱଙ୍କ ସମେତ ପ୍ରଦୀପ୍ତ ନାୟକ, ପ୍ରଭାତ ପାଣିଗ୍ରାହୀ, ମିନତୀ ପାଣିଗ୍ରାହୀ, ରମେଶ ଜେନା, ପୂର୍ଣ୍ଣଚନ୍ଦ୍ର ପାଢୀ, ସରୋଜ ନାୟକ, ପ୍ରମୋଦିନୀ ସାହୁ, ବିମଳୀ ନାୟକ, ଜୟପ୍ରକାଶ ଭଞ୍ଜଦେଓ ଏବଂ ବସନ୍ତ ସାହୁ ପ୍ରମୁଖ ବହୁ ନେତୃବୃନ୍ଦ ଯୋଗଦେଇ ନେତୃତ୍ୱ ନେଇଥିଲେ।

ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ବାମପନ୍ଥୀ ଦଳମାନେ ଉପସ୍ଥାପିତ କରିଥିବା ସମସ୍ତ ଦାବିପତ୍ର ନ ପୂରଣ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଘୋଷଣା କରାଯାଇଛି।

ଅଲ ଇଣ୍ଡିଆ ଫରୱାର୍ଡ ବ୍ଲକ ବାମପନ୍ଥୀ ଦଳ ବିକ୍ଷୋଭ ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ଛକ ସିପିଆଇ ସିପିଆଇ (ଏମ୍‌)
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026
Latest News

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.