କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୫ ହଜାର ୯୦୬ ଆକ୍ରାନ୍ତ ଚିହ୍ନଟ

Published: Oct 24, 2021, 11:35 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୯୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୬୧ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୧ ଲକ୍ଷ ୭୫ ହଜାର ୪୬୮ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୪ ହଜାର ୨୬୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୫ ଲକ୍ଷ ୪୮ ହଜାର ୬୦୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୭୨ ହଜାର ୫୯୫ ଆକ୍ଟିଭ୍‌ କେସ୍ ରହିଛି।

Related posts