କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୪ ହଜାର ୩୦୬ ଆକ୍ରାନ୍ତ ଚିହ୍ନଟ

Published: Oct 25, 2021, 12:26 pm IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୪ ହଜାର ୩୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୧ ଲକ୍ଷ ୮୯ ହଜାର ୭୭୪ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୪ ହଜାର ୭୧୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୫ ଲକ୍ଷ ୬୭ ହଜାର ୩୬୭ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୬୭ ହଜାର ୬୯୫ ଆକ୍ଟିଭ୍‌ କେସ୍ ରହିଛି।

Related posts