ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ, ୨୭୯ ପ୍ରାର୍ଥୀଙ୍କ ଭାଗ୍ୟପରୀକ୍ଷା

Published: Apr 18, 2019, 10:59 am IST
second phase voting

ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ଆଜି ସକାଳୁ ଆରମ୍ଭ ହୋଇଛି। ସକାଳ ୫.୩୦ ରେ ମକ୍ ପୋଲ ପରେ ୭ ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ବିଭିନ୍ନ ମତଦାନ କେନ୍ଦ୍ରରେ ଭୋଟରଙ୍କ ଲମ୍ବା ଧାଡି ଦେଖିବାକୁ ମିଳିଛି। ଏହି ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଏବଂ ଏହି ସମସ୍ତ ଲୋକସଭା ଅନ୍ତର୍ଗତ ୩୫ ଟି ବିଧାନସଭା ଆସନରେ ନିର୍ବାଚନ ଅନୁଷ୍ଠିତ ହେବ। ସମୁଦାୟ ୭୬ ଲକ୍ଷ ୯୩ ହଜାର ୧୨୩ ମତଦାତା ନିଜର ମତ ସାବ୍ୟସ୍ତ କରିବେ। ୯୧୧୭ ଟି ବୁଥରେ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଭୋଟରଙ୍କ ମଧ୍ୟରେ ୩୯ ଲକ୍ଷ ୪୫ ହଜାର ୦୨୫ ଗଣ ପୁରୁଷ ରହିଥିବା ବେଳେ ୩୭ ଲକ୍ଷ ୪୭ ହଜାର ୪୯୩ ଜଣ ମହିଳା ଭୋଟର ରହିଛନ୍ତି। ୬୦୫ ଜଣ ତୃତୀୟ ଲିଙ୍ଗ ଭୋଟର ରହିଛନ୍ତି। ୩୫ ବିଧାନସଭା ପାଇଁ ୨୪୪ ଜଣ ପ୍ରାର୍ଥୀ ରହିଥିବା ବେଳେ ୫ଟି ଲୋକସଭା ଆସନ ପାଇଁ  ୩୫ ଜଣ ପ୍ରାର୍ଥୀ ରହିଛନ୍ତି। ବରଗଡ଼,ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଏବଂ ଆସ୍କାରେ ଲୋକସଭା ନିର୍ବାଚନ ଅନୁଷ୍ଠିତ ହେଉଛି।

Related posts