
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୪ ହଜାର ୩୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୦୫ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୨ ଲକ୍ଷ ୪୬ ହଜାର ୧୫୭ ରେ ପହଞ୍ଚିଛି।
ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୭ ହଜାର ୧୯୧ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୬ ଲକ୍ଷ ୨୭ ହଜାର ୬୩୨ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୬୧ ହଜାର ୩୩୪ ଆକ୍ଟିଭ୍ କେସ୍ ରହିଛି।