Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଭ୍ୟତାର ଦୁର୍ଲଭ ପ୍ରାଣୀଜାତିକୁ ବଞ୍ଚାଇ ରଖିବା ଆମର ଦାୟିତ୍ୱ: ମନ୍ତ୍ରୀ ଡ. ଅରୁଣ କୁମାର ସାହୁ
ଆଜିର ଖବର

ସଭ୍ୟତାର ଦୁର୍ଲଭ ପ୍ରାଣୀଜାତିକୁ ବଞ୍ଚାଇ ରଖିବା ଆମର ଦାୟିତ୍ୱ: ମନ୍ତ୍ରୀ ଡ. ଅରୁଣ କୁମାର ସାହୁ

October 29, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସଭ୍ୟତାର ଦୁର୍ଲଭ ପ୍ରାଣୀଜାତିକୁ ବଞ୍ଚାଇ ରଖିବା ଆମ ସମସ୍ତଙ୍କର ଦାୟିତ୍ୱ ହେବା ଉଚିତ। ଜଣଙ୍କର ଜୀବିକାର୍ଜନ ପାଇଁ ଅନ୍ୟପ୍ରାଣୀଙ୍କୁ ବିପଦରେ ପକାଇବା ଉଚିତ ନୁହେଁ। ଆଜି କୃଷି ଭବନସ୍ଥିତ ପ୍ରେକ୍ଷାଳୟରେ ‘ଫିସର ଫ୍ରେଣ୍ଡ ମୋବାଇଲ୍‌ ଆପ୍ଲିକେସନ୍‌’ (ଏଫ୍‌ଏଫ୍‌ଏମ୍‌ଏ)କୁ ଲୋକାର୍ପଣ କରି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ପ୍ରକାଶ କରିଛନ୍ତି ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ୫-‘ଟି’ ମନ୍ତ୍ର ଅଧୀନରେ ଟେକ୍‌ନୋଲୋଜିର ବ୍ୟବହାରକୁ ଅତ୍ୟନ୍ତ ଗୁରୁତ୍ୱ ଆରୋପ କରାଯାଇଛି।

ଆଧୁନିକ ଟେକ୍‌ନୋଲୋଜି ବ୍ୟବହାର କରି ସାଧାରଣ ଜନତାଙ୍କୁ ରାଜ୍ୟ ସରକାର ଅନେକ ସେବା ଯୋଗାଇ ଆସୁଛନ୍ତି। ଆଜି ଶୁଭାରମ୍ଭ ହେଉଥିବା ମୋବାଇଲ୍‌ ଆପ୍‌ ରାଜ୍ୟ ସରକାରଙ୍କର ଜନମୁଖୀ ଯୋଜନାରେ ଯୋଡ଼ିଛି ଆଉ ଏକ ଫର୍ଦ୍ଦ। ଏହି ଅବସରରେ ମନ୍ତ୍ରୀ ଡ. ସାହୁ ବିରଳ ଅଲିଭ୍‌ ରିଡ୍‌ଲେ ସାମୁଦି୍ରକ କଇଁଛଙ୍କ ସୁରକ୍ଷା ନିମନ୍ତେ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତା ଉପରେ ଗୁରୁତ୍ୱ ଆରୋପ କରିଥିଲେ।

ମନ୍ତ୍ରୀ ଡ. ସାହୁ ସୂଚନା ଦେଇଥିଲେ ଯେ ଏହି ମୋବାଇଲ୍‌ ଆପ୍ଲିକେସନ୍‌ ନିମନ୍ତେ ଇଣ୍ଟରନେଟ୍‌ର ଆବଶ୍ୟକତା ପଡ଼ିବ ନାହିଁ ଏବଂ ସମୁଦ୍ର ମଧ୍ୟରେ ଅଫ୍‌-ଲାଇନ୍‌ରେ ଏହା କାର୍ଯ୍ୟ କରିବ। ଏହା ଦ୍ୱାରା କଇଁଛମାନଙ୍କ ମିଳନ ଓ ଅଣ୍ଡାଦାନ ପ୍ରକ୍ରିୟା ନିମନ୍ତେ ଉଦ୍ଦିଷ୍ଟ ମାଛଧରା ନିଷିଦ୍ଧାଞ୍ଚଳଠାରୁ ଦୂରେଇ ରହିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ଏହି ଆପ୍‌ରୁ ସତର୍କ ସୂଚନା ମିଳିପାରିବ। ଫଳରେ ଅଜାଣତରେ ନିଷିଦ୍ଧାଞ୍ଚଳରେ ପ୍ରବେଶ କରି ଦଣ୍ଡବିଧାନଜନିତ ଅପି୍ରତିକର ପରିସ୍ଥିତିରୁ ମତ୍ସ୍ୟଜୀବୀ ବଞ୍ଚିପାରିବେ । ପ୍ରକୃତିପ୍ରେମୀ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନ ଓ ଦୃଢ଼ ନେତୃତ୍ୱ ଯୋଗୁଁ ମତ୍ସ୍ୟସଂପଦ ବିକାଶ କ୍ଷେତ୍ରରେ ଓଡ଼ିଶା ଏକ ନୂତନ ଶିଖରରେ ପହଞ୍ଚିପାରିବା ସହ ମାଛ ଉତ୍ପାଦନ କ୍ଷେତ୍ରରେ ସର୍ବଭାରତୀୟ ସ୍ତରରେ ଓଡ଼ିଶା ଆଜି ଚତୁର୍ଥ ସ୍ଥାନରେ ପହଞ୍ଚିପାରିଛି ବୋଲି ମନ୍ତ୍ରୀ ଡ. ସାହୁ ପ୍ରକାଶ କରିଥିଲେ।

ଏମ୍‌ଏସ୍‌ ସ୍ୱାମୀନାଥନ ରିସର୍ଚ୍ଚ ଫାଉଣ୍ଡେସନ୍‌ ସହଯୋଗରେ ଓଡ଼ିଶା ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ଉନ୍ନତ ପ୍ରଯୁକ୍ତି ବିଦ୍ୟାଯୁକ୍ତ ଏହି ‘ଫିସର ଫ୍ରେଣ୍ଡ ମୋବାଇଲ୍‌ ଆପ୍ଲିକେସନ୍‌’ ଓଡ଼ିଶା ଉପକୂଳରେ ବିରଳ ସାମୁଦି୍ରକ କଇଁଛ ଅଲିଭ ରିଡ୍‌ଲେଙ୍କ ମିଳନ ଓ ଅଣ୍ଡାଦାନ ପ୍ରକ୍ରିୟାକୁ ସୁରକ୍ଷିତ ରଖିବା ନିମନ୍ତେ ଉଦ୍ଦିଷ୍ଟ ମାଛଧରା ନିଷିଦ୍ଧାଞ୍ଚଳ ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ପ୍ରବେଶଜନିତ ସତର୍କ ସୂଚନା ପ୍ରଦାନ କରିବା ସହିତ ଏହି ମୋବାଇଲ୍‌ ଆପ୍‌ ପାଣିପାଗ ସଂପର୍କିତ ଆଗୁଆ ସୂଚନା, ସମ୍ଭାବ୍ୟ ମାଛ ମିଳିବା ସ୍ଥାନ, ସାମୁଦି୍ରକ ସ୍ଥିତିର ପୂର୍ବାନୁମାନ, ଅନ୍ତର୍ଜାତୀୟ ସାମୁଦ୍ରିକ ସୀମାରେଖା ସତର୍କତା ଓ ଅନ୍ୟ ବିପର୍ଯ୍ୟୟ ସୂଚନା ଆଦି ପ୍ରଦାନ କରୁଥିବାରୁ ମନ୍ତ୍ରୀ ଡ. ସାହୁ ଏହାକୁ ନାଭିଗେଟର ସହ ତୁଳନା କରିଛନ୍ତି। ଏହି ଆପ୍‌ ଦ୍ୱାରା ସଂପୃକ୍ତ ୧.୫୦ ଲକ୍ଷ ସକି୍ରୟ ସାମୁଦି୍ରକ ମତ୍ସ୍ୟଜୀବୀ ଉପକୃତ ହେବେ। ମତ୍ସ୍ୟଜୀବୀମାନଙ୍କ ବ୍ୟତୀତ ସଂପୃକ୍ତ ବନବିଭାଗ କର୍ମଚାରୀମାନେ ମଧ୍ୟ ଏହି ଆପ୍‌କୁ ବ୍ୟବହାର କରିବା ନିମନ୍ତେ ମନ୍ତ୍ରୀ ପରାମର୍ଶ ଦେଇଥିଲେ।

ପ୍ରକାଶ ଥାଉ କି, ପ୍ରତିବର୍ଷ ଏହି ବିରଳ ଅଲିଭ୍‌ ରିଡ୍‌ଲେ ସାମୁଦି୍ରକ କଇଁଛ ହଜାର ହଜାର ମାଇଲ୍‌ ଦୂରରୁ ଧାମରା, ଦେବୀନଦୀ, ଋଷିକୂଲ୍ୟା ନଦୀମୁହାଣ ଏବଂ ଗହୀରମଥା ସାମୁଦି୍ରକ ଅଭୟାରଣ୍ୟ ଅଞ୍ଚଳକୁ ଆସି ସାମୂହିକ ଅଣ୍ଡାଦାନ ନିମନ୍ତେ ଏକତ୍ର ହୋଇଥାନ୍ତି। ଏହି ଲୋକାର୍ପଣ ଉତ୍ସବକୁ ସମ୍ବୋଧିତ କରି ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀ ଆର୍‌. ରଘୁପ୍ରସାଦ ସାମୁଦି୍ରକ ମାଛ ଉତ୍ପାଦନ କ୍ଷେତ୍ରରେ ଆମ ରାଜ୍ୟ ଉଲ୍ଲେଖନୀୟ ଅଗ୍ରଗତି କରିବା ସହିତ ଗତ ୨୦୨୦-୨୧ ଆର୍ଥିକ ବର୍ଷରେ ଏହା ୧.୭୨ ଲକ୍ଷ ମେଟି୍ରକ୍‌ ଟନ୍‌ରେ ପହଞ୍ଚିବା ସହ ଅନ୍ତରାଷ୍ଟ୍ରୀୟ ବଜାରକୁ ଗତ ୨୦ ବର୍ଷରେ ରାଜ୍ୟର ସାମୁଦି୍ରକ ଖାଦ୍ୟ ରପ୍ତାନୀ ୯ ଗୁଣ ବୃଦ୍ଧି ପାଇଥିବା ପ୍ରକାଶ କରିଥିଲେ। ଅନ୍ୟତମ ଅତିଥି ଭାବେ ଯୋଗଦେଇ ଓଡ଼ିଶା ପ୍ରମୁଖ ମୁଖ୍ୟ ବନ ସଂରକ୍ଷକ (ବନ୍ୟପ୍ରାଣୀ) ଶ୍ରୀ ଶଶି ପାଲ୍‌ ପ୍ରତିବର୍ଷ ପ୍ରାୟ ୮ରୁ ୧୦ ଲକ୍ଷ ଏହି ବିରଳ ପ୍ରଜାତିର କଇଁଛ ଆମ ରାଜ୍ୟକୁ ଅଣ୍ଡାଦାନ ନିମନ୍ତେ ଆସୁଥିବାବେଳେ ଏମାନଙ୍କ ପ୍ରତି ହୋଇଥିବା ଆମର ସୁରକ୍ଷା ବ୍ୟବସ୍ଥା ଅନ୍ତର୍ଜାତୀୟ କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହୋଇଥିବା ଦର୍ଶାଇଥିଲେ।

ଏହି ଲୋକାର୍ପଣ ଉତ୍ସବରେ ସ୍ୱାଗତ ଭାଷଣ ଦେଇ ମତ୍ସ୍ୟ ବିଭାଗ ନିର୍ଦ୍ଦେଶକ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ମତ୍ସ୍ୟ ଉତ୍ପାଦନ କ୍ଷେତ୍ରରେ ପ୍ରତ୍ୟକ୍ଷ ତଥା ପରୋକ୍ଷ ଭାବେ ପ୍ରାୟ ୧୪ ଲକ୍ଷ ଲୋକ ଜଡ଼ିତ ଥିବା କଥା କହିଥିଲେ। ଆଗାମୀ ଦିନରେ ଏହି ମୋବାଇଲ୍‌ ଆପ୍ଲିକେସନ୍‌ରେ ଆହୁରି ବୈଶିଷ୍ଟ୍ୟ ଯୋଗହେବ ବୋଲି ସେ କହିଥିଲେ। ରାଜ୍ୟର ବିଭିନ୍ନ ୧୧ଟି ସ୍ଥାନରୁ ମତ୍ସ୍ୟଜୀବୀ ଓ ମତ୍ସ୍ୟ ବିଭାଗର ଅଧିକାରୀମାନେ ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ ଏହି ଲୋକାର୍ପଣ ଉତ୍ସବରେ ଯୋଗଦେଇଥିଲେ। ଏହି ମୋବାଇଲ୍‌ ଆପ୍ଲିକେସନ୍‌ ବ୍ୟବହାର ପ୍ରଣାଳୀ ଉପରେ ଏକ କଥାଚିତ୍ର ପ୍ରଦର୍ଶିତ ହୋଇଥିବାବେଳେ ମତ୍ସ୍ୟ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ଦେବାନନ୍ଦ ଭଞ୍ଜ ଧନ୍ୟବାଦ ଅର୍ପଣ କରିଥିଲେ।

କୃଷି ଭବନ ଡ. ଅରୁଣ କୁମାର ସାହୁ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ଶୁଭାରମ୍ଭ: ବିବାହ ମଣ୍ଡପରେ କର୍ତ୍ତା ଭାବେ ବସିଲେ ମୁଖ୍ୟମନ୍ତ୍ରୀ

February 3, 2026

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026
Latest News

‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ଶୁଭାରମ୍ଭ: ବିବାହ ମଣ୍ଡପରେ କର୍ତ୍ତା ଭାବେ ବସିଲେ ମୁଖ୍ୟମନ୍ତ୍ରୀ

February 3, 2026

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.