
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୫୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।
ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୮୩, କଟକରୁ ୬୪, ମୟୂରଭଞ୍ଜରୁ ୨୧, ସମ୍ବଲପୁରରୁ ୧୪, ଯାଜପୁରରୁ ୧୩, ଜଗତସିଂହପୁରରୁ ୧୨, ପୁରୀରୁ ୧୧, ସୁନ୍ଦରଗଡରୁ ୧୦, ବାଲେଶ୍ବରରୁ ୯, ନୟାଗଡରୁ ୯, ଭଦ୍ରକରୁ ୮, ଢେଙ୍କାନାଳରୁ ୬, କୋରାପୁଟରୁ ୫, ଅନୁଗୁଳରୁ ୩, ଝାରସୁଗୁଡାରୁ ୩, ଗଞ୍ଜାମରୁ ୨, ବଲାଙ୍ଗୀରିରୁ ୧, ଦେବଗଡରୁ ୧, ନବରଙ୍ଗପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୬୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୨୮ ହଜାର ୨୦୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୦ ହଜାର ୫୯୫ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୫୬୩ ଜଣ।