Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୀଳଗିରି ଧୋବଶିଳାରେ ‘ଏକ ଭାରତ ଶ୍ରେଷ୍ଠ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ
ଆଜିର ଖବର

ନୀଳଗିରି ଧୋବଶିଳାରେ ‘ଏକ ଭାରତ ଶ୍ରେଷ୍ଠ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ

October 31, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବାଲେଶ୍ୱର: ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ଉପଲକ୍ଷେ ଭାରତ ସରକାରଙ୍କ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ କ୍ଷେତ୍ର ଜନ ସମ୍ପର୍କ କାର୍ଯ୍ୟାଳୟ, ବାଲେଶ୍ୱର ଆନୁକୂଲ୍ୟରେ ନୀଳଗିରି ବ୍ଲକ୍ ଧୋବଶିଳା ଉଡ଼ା ପଡ଼ିଆ ଠାରେ “ଏକ ଭାରତ ଶ୍ରେଷ୍ଠ ଭାରତ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଦୁଇ ଦିନିଆ କାର୍ଯ୍ୟକ୍ରମର ପ୍ରଥମ ଦିନରେ ଆୟୋଜିତ କର୍ମଶାଳାକୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବାଲେଶ୍ୱର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଉଦଘାଟନ କରିଥିଲେ।

ସମ୍ମାନିତ ଅତିଥି ଭାବେ ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକ, ଭୁବନେଶ୍ୱରସ୍ଥିତ ପତ୍ର ସୂଚନା କାର୍ଯ୍ୟାଳୟ ଏବଂ ଆଞ୍ଚଳିକ ଜନ ସମ୍ପର୍କ କାର୍ଯ୍ୟାଳୟର ଅତିରିକ୍ତ ମହାନିର୍ଦ୍ଦେଶକ ରାଜିନ୍ଦର ଚୌଧୁରୀ, ସ୍ଥାନୀୟ ସରପଞ୍ଚ ମାଳତୀ ସିଂ, ପଞ୍ଚାୟତ ସମିତି ସଭ୍ୟା ଜୟନ୍ତୀ ମଲ୍ଲିକ ପ୍ରମୁଖ ଯୋଗ ଦେଇଥିଲେ। ଅତିଥି ବକ୍ତା ଭାବେ ନୀଳଗିରି ମହାବିଦ୍ୟାଳୟର ଇତିହାସ ଅଧ୍ୟାପିକା ମନ୍ଦାକିନୀ ଧଳ ଏବଂ ଜିଲ୍ଲା ପରିମଳ ପରାମର୍ଶଦାତା ପ୍ରଶାନ୍ତ କୁମାର ସାହୁ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଅତିଥିମାନେ ମୁଖ୍ୟତଃ ‘ଏକ ଭାରତ ଶ୍ରେଷ୍ଠ ଭାରତ’ କାର୍ଯ୍ୟକ୍ରମର ତାତ୍ପର୍ଯ୍ୟ ଉପରେ ଆଲୋକପାତ କରିଥିଲେ। ରାଜ୍ୟ-ରାଜ୍ୟ ମଧ୍ୟରେ ସୁସମ୍ପର୍କ, ଆପୋସ ଭାଇଚାରା ବଜାୟ ରଖିବା, ସାଂସ୍କୃତିକ ବିନିମୟ ଆଦି ଉପରେ ଅତିଥି ଓ ବକ୍ତାମାନେ ମତ ରଖିଥିଲେ। ଏହାବ୍ୟତୀତ ସ୍ୱଚ୍ଛ ଭାରତ ଅଭିଯାନ ସମ୍ପର୍କରେ ମଧ୍ୟ ଲୋକମାନଙ୍କୁ ସୂଚନା ଦିଆଯାଇଥିଲା।

ପ୍ରାରମ୍ଭରେ ସ୍ଥାନୀୟ ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟା ଏବଂ ଗ୍ରାମବାସୀମାନଙ୍କୁ ନେଇ ଏକତା ଗଣଦୌଡ଼ କାର୍ଯ୍ୟକ୍ରମ ଗୋପିନାଥପୁର ଛକରୁ ଆରମ୍ଭ କରାଯାଇଥିଲା। ଏହି ଏକତା ଦୌଡ଼କୁ ମୁଖ୍ୟ ଅତିଥି ବାଲେଶ୍ୱର ସାଂସଦ ଶ୍ରୀ ଷଡ଼ଙ୍ଗୀ ଏବଂ ବିଧାୟକ ଶ୍ରୀ ନାୟକ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ଅବସରରେ ଏଡିଜି ଶ୍ରୀ ଚୌଧୁରୀ ଏବଂ ଅନ୍ୟ ମାନ୍ୟଗଣ୍ୟ ଅତିଥିମାନେ ମଧ୍ୟ ଉପସ୍ଥିତ ଥିଲେ।

କାର୍ଯ୍ୟକ୍ରମ ଅବସରରେ ଏକ ପ୍ରଶ୍ନୋତ୍ତର ପ୍ରତିଯୋଗିତା ମଧ୍ୟ ଆୟୋଜନ କରାଯାଇଥିଲା। ଏଥିରେ କୃତକାର୍ଯ୍ୟ ହୋଇଥିବା ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ସେହିପରି ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଅଭିଯାନ ସମ୍ପର୍କରେ ଏକ ଫଟୋଚିତ୍ର ପ୍ରଦର୍ଶନୀ ମଧ୍ୟ ଆୟୋଜନ କରାଯାଇଥିଲା। ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।
କ୍ଷେତ୍ର ପ୍ରଚାର ଅଧିକାରୀ ନିର୍ମାଲ୍ୟ ବେହେରା କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଜୀବନ କୁମାର ସାମନ୍ତସିଂହାର ଧନ୍ୟବାଦ ଅର୍ପଣ କରିଥିଲେ। କ୍ଷେତ୍ର ଜନସମ୍ପର୍କ କାର୍ଯ୍ୟାଳୟର ଖଗେଶ ବାଇପାଇ, ମୁକନ୍ଦ ଦତ୍ତ ମିଶ୍ର ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। ଆସନ୍ତାକାଲି ମଧ୍ୟ ଚିତ୍ରକଳା ପ୍ରଦର୍ଶନୀ, ବିଭିନ୍ନ ପ୍ରତିଯୋଗିତା ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହେବ।

ଏକ ଭାରତ ଶ୍ରେଷ୍ଠ ଭାରତ ନୀଳଗିରି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ
Share. Facebook Twitter LinkedIn Email WhatsApp Copy Link

Related Posts

ବଡ଼ଚଣାରେ ଭୟଙ୍କର ବସ୍ ଦୁର୍ଘଟଣା, ୧୦ରୁ ଅଧିକ ଆହତ

November 13, 2026

SIR ପରେ ଭୋଟର ତାଲିକାରେ ପୁଣି ବଢ଼ିଲା ନାମ, ୯ ରାଜ୍ୟରେ କେତେ ପ୍ରତିଶତ ବୃଦ୍ଧି?

November 13, 2026

ବିଜେଡିରୁ ବହିଷ୍କୃତ ହେଲେ ହିନ୍ଦୋଳ ଏନ୍‌ଏସି ଅଧ୍ୟକ୍ଷ

November 13, 2026

UPIରେ ଲାଗିବ କି MDR ଚାର୍ଜ? NPCIର ନୂଆ ନିୟମକୁ ନେଇ ଚର୍ଚ୍ଚା

November 13, 2026
Latest News

ବଡ଼ଚଣାରେ ଭୟଙ୍କର ବସ୍ ଦୁର୍ଘଟଣା, ୧୦ରୁ ଅଧିକ ଆହତ

November 13, 2026

SIR ପରେ ଭୋଟର ତାଲିକାରେ ପୁଣି ବଢ଼ିଲା ନାମ, ୯ ରାଜ୍ୟରେ କେତେ ପ୍ରତିଶତ ବୃଦ୍ଧି?

November 13, 2026

ବିଜେଡିରୁ ବହିଷ୍କୃତ ହେଲେ ହିନ୍ଦୋଳ ଏନ୍‌ଏସି ଅଧ୍ୟକ୍ଷ

November 13, 2026

UPIରେ ଲାଗିବ କି MDR ଚାର୍ଜ? NPCIର ନୂଆ ନିୟମକୁ ନେଇ ଚର୍ଚ୍ଚା

November 13, 2026

୩ କୋଟି ସରକାରୀ ପାଣ୍ଠି ହଡ଼ପ ମାମଲା: ଫେରାର ରାଜସ୍ୱ ସହାୟକ ଗିରଫ

November 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.