କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୨ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ

Published: Nov 1, 2021, 10:31 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୨ ହଜାର ୫୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୫୧ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୨ ଲକ୍ଷ ୮୫ ହଜାର ୮୧୪ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୮ ହଜାର ୪୩୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୬ ଲକ୍ଷ ୬୮ ହଜାର ୫୬୦ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୫୮ ହଜାର ୮୧୭ ଆକ୍ଟିଭ୍‌ କେସ୍ ରହିଛି।

Related posts