ଗତ ୨୪ ଘଣ୍ଟାରେ ନୂଆ କରୋନା ଆକ୍ରାନ୍ତ ସଂଖ୍ୟା ହ୍ରାସ ପାଇଛି

Published: Nov 2, 2021, 11:09 am IST

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ହ୍ରାସ ପାଇଛି। ଆଜି ୩୨୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୪୪ ଜଣ ଅଛନ୍ତି।  ସେହିପରି କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୯୧ ଜଣ ଏବଂ ସ୍ଥାନୀୟ ଅଞ୍ଚଳରୁ୧୩୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଗତକାଲି ରାଜ୍ୟରେ ୩୧୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୫୧ ଜଣ ଥିଲେ। ଅନ୍ୟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୮୬ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୩୦ ଜଣ ଥିଲେ।

Related posts