Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦ୍ବିତୀୟ ପର୍ଯ୍ୟାୟ ମତଦାନ : ଦିନ ୧ଟା ସୁଦ୍ଧା ୩୩% ମତଦାନ
ଆଜିର ଖବର

ଦ୍ବିତୀୟ ପର୍ଯ୍ୟାୟ ମତଦାନ : ଦିନ ୧ଟା ସୁଦ୍ଧା ୩୩% ମତଦାନ

April 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
2nd phase voting in odisha
2nd phase voting in odisha

ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ  ପ୍ରକ୍ରିୟା ଜାରି ରହିଥିବା ବେଳେ ଦିନ ୧ଟା ସୁଦ୍ଧା ୩୩ % ମତଦାନ ହୋଇଛି ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର ସୂଚନା ଦେଇଛନ୍ତି। ଗୁରୁବାର ସକାଳ ୭ଟାରୁ ଦ୍ୱିତୀୟ ପର୍ୟ୍ୟାୟ ଆରମ୍ଭ ହୋଇଥିବା ବେଳେ ରାଜ୍ୟରେ ସକାଳ ୯ଟା ସୁଦ୍ଧା ୬.୫% ମତଦାନ ଏବଂ ଦିନ ୧୧ଟା ସୁଦ୍ଧା ୧୮ % ମତଦାନ ହୋଇଥିଲା। କନ୍ଧମାଳରେ ୧୬% , ବରଗଡରେ ୨୦%, ଆସିକାରେ ୨୦% ଏବଂ ସୁନ୍ଦରଗଡରେ ୧୮ % ମତଦାନ ହୋଇଥିଲା । ବଲାଙ୍ଗୀର ସଂସଦୀୟ କ୍ଷେତ୍ର ପାଇଁ ଦିନ ୧୧ଟା ସୁଦ୍ଧା ୧୫ % ମତଦାନ ହୋଇଥିଲା । ଆଜି ୫ଟିଲୋକସଭା ଓ ତତ୍‌ସଂଲଗ୍ନ ୩୫ଟି ବିଧାନସଭା ଆସନ ପାଇଁ ମତଦାନ ଗ୍ରହଣ ହେଉଛି । ତେବେ ସକାଳ ସମୟରୁ କେତେକ ସ୍ଥାନରେ ଇଭିଏମ୍‌ ପାଇଁ ମତଦାନ ପ୍ରକ୍ରିୟାରେ ବିଳମ୍ବ ହୋଇଥିଲା ବୋଲି ଅଭିଯୋଗ ହୋଇଥିଲା । ସେହିପରି ମାଓ ହମଲାରେ ମୃତ କର୍ମଚାରୀ ସଂଯୁକ୍ତା ଦିଗାଲ୍‌ଙ୍କ ପରିବାରକୁ ସହାୟତା ମିଳିବ । ଇସିଙ୍କ ଗାଇଡ୍‌ ଲାଇନ୍‌ ଅନୁଯାୟୀ ତାଙ୍କ ପରିବାରକୁ ସହାୟତା କରାଯିବା ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି । ପାଖାପାଖି ୩୦ ଲକ୍ଷ ଟଙ୍କାର ସହାୟତା ମିଳିବା ନେଇ ସୂଚନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି କାନାଡା ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ

February 27, 2026

ଅପରେସନ ସାଇବର କବଚ: ୨୫୫ ଅଭିଯୁକ୍ତ ଗିରଫ

February 27, 2026

ଆଠ ମାସରେ ୨ କୋଟି ଥର ଡାଉନଲୋଡ୍ ହୋଇଛି ରେଲୱାନ୍ ସୁପରଆପ୍

February 27, 2026

ଜାମସେଦପୁରରେ ଶ୍ରୀ ଜଗନ୍ନାଥ ମନ୍ଦିରର ଭୂମି ପୂଜନ ଉତ୍ସବରେ ଅଂଶଗ୍ରହଣ କଲେ ରାଷ୍ଟ୍ରପତି

February 27, 2026
Latest News

ଆଜି କାନାଡା ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ

February 27, 2026

ଅପରେସନ ସାଇବର କବଚ: ୨୫୫ ଅଭିଯୁକ୍ତ ଗିରଫ

February 27, 2026

ଏଆଇ ସହ ନିତିଦିନିଆ ଆହ୍ବାନର ସମାଧାନ: ଷ୍ଟାର୍ଟଅପ୍‌ମାନଙ୍କ ନୂତନ ପ୍ରୟାସ

February 27, 2026

ଆଠ ମାସରେ ୨ କୋଟି ଥର ଡାଉନଲୋଡ୍ ହୋଇଛି ରେଲୱାନ୍ ସୁପରଆପ୍

February 27, 2026

ପାରାଦୀପ ବନ୍ଦରରେ ସବୁଜ ହାଇଡ୍ରୋଜେନ୍ ଜେଟି ପାଇଁ ୭୯୭ କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

February 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.