ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧ ହଜାର ୯୦୩ ନୂଆ ଆକ୍ରାନ୍ତ ଚିହ୍ନଟ

Published: Nov 3, 2021, 10:32 am IST

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧ ହଜାର ୯୦୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଭାରତର ଆକ୍ଟିଭ୍ କେସ୍ ବର୍ତ୍ତମାନ ୧,୫୧,୨୦୯ କୁ ହ୍ରାସ ପାଇଛି। ସକ୍ରିୟ ମାମଲାଗୁଡ଼ିକ ମୋଟ ମାମଲାର ୦.୪୪% ଅଟେ। ବର୍ତ୍ତମାନ ସୁଦ୍ଧା ସମଗ୍ର ଦେଶରେ ସମୁଦାୟ ୩ କୋଟି ୩୬ ଲକ୍ଷ ୯୭ ହଜାର ୭୪୦ ଜଣ ଆରୋଗ୍ୟ ହୋଇଛନ୍ତି।

ଗତ ୨୪ ଘଣ୍ଟା ମଧ୍ୟରେ ୧,୪୧୫୯ ରୋଗୀ ସୁସ୍ଥ ହୋଇଛନ୍ତି। ଆରୋଗ୍ୟ ହାର ୯୮.୨୨% କୁ ବୃଦ୍ଧି ପାଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୩ ଲକ୍ଷ ୮ ହଜାର ୧୪୦ କୁ ବୃଦ୍ଧି ପାଇଛି। ମୋଟ ସକ୍ରୀୟ ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ହୋଇଛି ୨,୫୬୭ ଜଣ। ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩୧୧ ହୋଇଥିବା ବେଳେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୪,୫୯,୧୯୧ କୁ ବୃଦ୍ଧି ପାଇଛି।

Related posts