ଦୀପାବଳି ପରେ ଷଷ୍ଠ ଓ ସପ୍ତମ କ୍ଲାସ, ନୂଆବର୍ଷରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବ

Published: Nov 3, 2021, 11:36 am IST

ଭୁବନେଶ୍ବର: ଆଉ ନୁହେଁ ଏଥର ସ୍କୁଲ ଖୋଲିବ। ଦୀପାବଳି ପରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ଖୋଲିବ । ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ସେତିକି ନୁହେଁ ନୂଆ ବର୍ଷ ପରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବାର ସମ୍ଭାବନା ଅଛି ବୋଲି ମନ୍ତ୍ରୀ କହିଛନ୍ତି । ସ୍କୁଲ ଖୋଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବିଚାର ବିମର୍ଶ କରାଯାଉଥିଲା ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।

ବର୍ତ୍ତମାନ ରାଜ୍ୟରେ ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲରେ ପାଠପଢା ଆରମ୍ଭ ହୋଇଛି। ଗତ ୨୫ତାରିଖରୁ ରାଜ୍ୟରେ ଅଷ୍ଟମ ଶ୍ରେଣୀ ପାଠପଢା ଆରମ୍ଭ ହୋଇଛି । ସ୍କୁଲରେ ଏବେ ଛାତ୍ରଛାତ୍ରୀଙ୍କ ଉପସ୍ଥାପନ ଭଲ ରହୁଛି ।  ପ୍ରାୟ ୭୦ ପ୍ରତିଶତ ଛାତ୍ରଛାତ୍ରୀ ବିଦ୍ୟାଳୟ ଆସୁଛନ୍ତି ।  ପିଲାଙ୍କ ମଧ୍ୟରେ ସ୍କୁଲ ଆସିବାକୁ ଆଗ୍ରହ ରହିଛି । ଏହାକୁ ଦୃଷ୍ଟିରେ ରଖି ଅନ୍ୟ କ୍ଲାସ ଖୋଲିବା ପାଇଁ ରାଜ୍ୟ ଗଣଶିକ୍ଷା ବିଭାଗ ବିଚାର କରୁଛି।

Related posts