ଦ୍ବିତୀୟ ପର୍ଯ୍ୟାୟ ମତଦାନ : ଦିନ ୩ଟା ସୁଦ୍ଧା ୫୩% ମତଦାନ, ୪ଟି ସ୍ଥାନରେ ସାନି ମତଦାନ ହେବା ନେଇ ସୂଚନା

Published: Apr 18, 2019, 4:25 pm IST

ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରକ୍ରିୟା ଚାଲୁ ରହିଛି। ଦିନ ୩ଟା ସୁଦ୍ଧା ବରଗଡ଼ ଲୋକସଭା ନିର୍ବାଚନମଣ୍ଡଳୀରେ ୫୧.୧୮% ମତଦାନ ଓ ଆସ୍କା ଲୋକସଭା ନିର୍ବାଚନମଣ୍ଡଳୀରେ ୪୩.୯୩% ମତଦାନ ହୋଇଥିବାର ସୂଚନା ରହିଛି। ଏନେଇ ଏକ ପ୍ରେସ୍‌ମିଟ୍‌ରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା ଦେଇ କହିଛନ୍ତି ଯେ, ରାଜ୍ୟରେ ଅପରାହ୍ଣ ୩ଟା ସୁଦ୍ଧା ୫୩ ପ୍ରତିଶତ ମତଦାନ ହୋଇଛି। ୪ଟି ବୁଥ୍‌ରେ ଭିଭିପାଟ୍ ମେସିନ୍‌ ସଂଯୋଗରେ ରହିଛି ମାନବୀୟ ତ୍ରୁଟି ରହିଥିବାରୁ ଏହି ୪ଟି ବୁଥ୍‌ରେ ସାନି ମତଦାନ ପାଇଁ  ସିଇଓଙ୍କ ସୁପାରିସ କରାଯିବ ବୋଲି ସୂଚନା ଦେଇଛନ୍ତି। ତେବେ ସେହି ବୁଥ୍‌ ଗୁଡ଼ିକ ହେଉଛି ବଣାଇର ବୁଥ୍‌-୧୨୯, ସୁନ୍ଦରଗଡ଼ର ବୁଥ୍‌-୨୧୩, ନୟାଗଡ଼ ଦଶପଲ୍ଲାର ୨୧୦ ଓ ୨୨୨ ବୁଥ୍‌ରେ ଆଦି ବୁଥ୍‌ରେ ସାନି ମତଦାନ ହେବ ବୋଲି ସୂଚନା ଦେଇଛନ୍ତି। ଏହି ମେସିନ୍‌ରେ ତ୍ରୁଟି କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର ସୂଚନା ଦେଇଛନ୍ତି।

Related posts