କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ

Published: Nov 7, 2021, 12:15 pm IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୦ ହଜାର ୮୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୨୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୨ ଲକ୍ଷ ୯୬ ହଜାର ୬୬୭ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୦ ହଜାର ୭୯୧ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୭ ଲକ୍ଷ ୪୯ ହଜାର ୯୦୦ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୪୪ ହଜାର ୮୪୫ ଆକ୍ଟିଭ୍‌ କେସ୍ ରହିଛି।

Related posts