Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲଘୁଚାପ ଘନୀଭୂତ ଯୋଗୁଁ ତାମିଲନାଡୁରେ ଅଧିକ ବର୍ଷା ସମ୍ଭାବନା, ଓଡ଼ିଶାରେ ମଧ୍ୟ ହେବ ବର୍ଷା
ଆଜିର ଖବର

ଲଘୁଚାପ ଘନୀଭୂତ ଯୋଗୁଁ ତାମିଲନାଡୁରେ ଅଧିକ ବର୍ଷା ସମ୍ଭାବନା, ଓଡ଼ିଶାରେ ମଧ୍ୟ ହେବ ବର୍ଷା

November 8, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
Rain
ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ଗତ ଶନିବାର ରାତିରୁ ତାମିଲନାଡୁ ଏବଂ ପୁଡୁଚେରୀରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ ମଙ୍ଗଳବାର ତାମିଲନାଡୁ ସଂଲଗ୍ନ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହେବାର ସମ୍ଭାବନା ଥିବାରୁ ସେହି ଅଂଚଳରେ ଅଧିକ ବର୍ଷା ହେବାର ଆଶଙ୍କା ରହିଛି ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ନଭେମ୍ବର ୧୧ ତାରିଖ ରାତିରେ ଏହି ଲଘୁଚାପ ତାମିଲନାଡୁ ସୀମା ଅତିକ୍ରମ କରିବ ବୋଲି ସିଇସି ପକ୍ଷରୁ ସୂଚନା ଦିଆଯାଇଛି।

ଏହାର ପ୍ରଭାବରେ ମଙ୍ଗଳବାର ଅପରାହ୍ଣରୁ ଆକାଶ ମେଘାଚ୍ଛନ୍ନ ରହିବା ସହ ନଭେମ୍ବର ୧୧ ତାରିଖରୁ ୧୩ ତାରିଖ ମଧ୍ୟରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଘୂର୍ଣ୍ଣିଝଡ ଓ ବଜ୍ରପାତ ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ନଭେମ୍ବର ୧୪ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅନ୍ୟ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ବେଳେ ଏହା ନଭେମ୍ବର ୧୬ରେ କେନ୍ଦ୍ର ଆନ୍ଧ୍ରପ୍ରଦେଶ ଉପକୂଳ ନିକଟବର୍ତ୍ତୀ ହେବାର ଆଶଙ୍କା କରାଯାଉଛି। ଏହାର ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ବେଳେ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଫସଲ ଧାନ ଅମଳ କରିବା ସମୟ ହୋଇଥିବାରୁ ଏହାକୁ ଏହି ଲଘୁଚାପଜନିତ ବର୍ଷାରୁ ରକ୍ଷା କରିବା ପାଇଁ କୃଷକମାନେ ପ୍ରତିଷେଧକମୂଳକ ପଦକ୍ଷେପ ନେବା ଜରୁରୀ ଅଟେ ବୋଲି ସିଇସି କହିଛି। ନଭେମ୍ବର ୧୦ ତାରିଖ ପର୍ଯ୍ୟନ୍ତ ଉତରପଶ୍ଚିମ ଓ ଉତର ଦିଗରୁ ପ୍ରବାହିତ ଶୁଷ୍କ ଥଣ୍ଡା ପବନ ନିମନ୍ତେ ଓଡ଼ିଶାରେ ଶୀତର ପ୍ରକୋପ ଜାରି ରହିବାର ସମ୍ଭାବନା ଥିବା ବେଳେ ମଙ୍ଗଳବାର ଠାରୁ ରାତିର ତାପମାତ୍ର କ୍ରମଶଃ ବଢ଼ିବାର ସମ୍ଭାବନା ଅଛି।

ନଭେମ୍ବର ୧୦ ତାରିଖ ଅପରାହ୍ଣରୁ ନଭେମ୍ବର ୧୯ ପର୍ଯ୍ୟନ୍ତ ଓଡ଼ିଶାର ଆକାଶ ମେଘାଚ୍ଛନ୍ନ ରହିବାର ସୂଚନା ଥିବା ବେଳେ ଥଣ୍ଡାର ପ୍ରକୋପ ମଧ୍ୟ ଜାରି ରହିବ ବୋଲି ସିଇସି ପକ୍ଷରୁ କୁହାଯାଇଛି।

ଅଧିକ ବର୍ଷା ଓଡିଶା ତାମିଲନାଡୁ ଲଘୁଚାପ ଘନୀଭୂତ ସିଇସି ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.