Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଳାହାଣ୍ଡିରେ ମୂଖ୍ୟମନ୍ତ୍ରୀ ବାଂଟିଲେ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ, ମନ୍ତ୍ରୀ ବଖାଣିଲେ ବିକାଶର ଗାଥା
ଆଜିର ଖବର

କଳାହାଣ୍ଡିରେ ମୂଖ୍ୟମନ୍ତ୍ରୀ ବାଂଟିଲେ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ, ମନ୍ତ୍ରୀ ବଖାଣିଲେ ବିକାଶର ଗାଥା

November 8, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଓୟୁଏଟି ପଡିଆଠାରେ ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳାମାନଙ୍କୁ ସ୍ୱାସ୍ଥ୍ୟକଲ୍ୟାଣ କାର୍ଡ ବଂଟନ କରିଛନ୍ତି। ଏନେଇ ଆୟୋଜିତ ଏକ ସାଧାରଣ ସଭାରେ ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୂଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ  ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ, ଅର୍ଥମନ୍ତ୍ରୀ ନିରଂଜନ ପୂଝାରୀ, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଙ୍କ ସମେତ ଗୃହ ରାଷ୍ଟ୍ର ମନ୍ତ୍ରୀ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର ଯୋଗ ଦେଇଥିଲେ।

ଆକାଶ ଦାଶ ନାୟକ ଓ ସୁଲତା ଦେଓଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ମୂଖ୍ୟମନ୍ତ୍ରୀ ସେଠାରେ ଉପସ୍ଥିତ ମହିଳା ମାନଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ୱାସ୍ଥ୍ୟ ସେବା କାର୍ଡ ବଂଟନ କରି ଶୁଭାରମ୍ଭ କରିଥିଲେ। ମନ୍ତ୍ରୀ ଟୁକୁନି ସାହୁ ସ୍ୱାଗତ ଭାଷଣ ଦେଇ ନବୀନ ସରକାର ତରଫରୁ ମାଆ ମାନଙ୍କୁ ସ୍ୱାସ୍ଥ୍ୟ ସେବା ପାଇଁ ଦଶ ଲକ୍ଷ ଟଙ୍କା ଆର୍ôଥକ ସାହାଯ୍ୟ ଯୋଗାଇ ଦେବାର ବ୍ୟବସ୍ଥା କରାଯାଉଥିବା ବିଷୟ ଉପସ୍ଥାପନ କରିଥିଲେ।

ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାଶ ମୂଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମଗ୍ର ଓଡିଶାର କଣ ଅନୁକୋଣରେ ସମସ୍ତ ପରିବାର ଯେପରି ସ୍ୱାସ୍ଥ୍ୟ ସେବା ପାଇପାରିବେ ସେଥିପ୍ରତି ସରକାର ସର୍ବଦା ଚେଷ୍ଟିତ ଥିବା ପ୍ରକାଶ କରିଥିଲେ। ଅର୍ଥମନ୍ତ୍ରୀ ନିରଂଜନ ପୂଝାରୀ ସରକାରଙ୍କ ବିକାଶ ର ଗାଥା ପ୍ରକାଶ କରିଥିବା ବେଳେ ସରକାରଙ୍କ ବିକାଶୋନ୍ମୂଖି କାର୍ଯ୍ୟକ୍ରମକୁ ବିରୋଧି ସହ୍ୟ କରିପାରୁନଥିବା ପ୍ରକାଶ କରିଥରଲେ। ଗୃହ ରାଷ୍ଟ୍ର ମନ୍ତ୍ରୀ ବିଗତ ଦିନର କଳାହାଣ୍ଡି ଓ ଆଜିର ଉନ୍ନତି ପଥର କଳାହାଣ୍ଡି ସଂପର୍କରେ ଅବଲୋକନ କରି ସରକାର କଳାହାଣ୍ଡିର ବିକାଶ ପାଇଁ ସର୍ବଦା ଚେଷ୍ଟା କରିଆସୁଥିବା ପ୍ରକାଶ କରିଥିଲେ। ସେଥିପାଇଁ ମୂଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଏବଂ କଳାହାଣ୍ଡିର ବିକାଶ ଯୋଜନା ସଂପର୍କରେ ଉପସ୍ଥିତ ଜନସାଧାରଣଙ୍କୁ ଅବଗତ କରାଇଥିଲେ।

ଏହି ଅବସରରେ ମୂଖ୍ୟମନ୍ତ୍ରୀ ପ୍ରାୟ ୪ ଲକ୍ଷ ୭ ହଜାର ୧୦୪ ପରିବାରକୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ ଦେଇଥିବା ବେଳେ କଳାହାଣ୍ଡି ବାସୀଙ୍କୁ ପ୍ରାୟ ୯୦୦ କୋଟୀ ଟଙ୍କାର ପ୍ରକଳ୍ପ ଭେଟିଦେଇଛନ୍ତି। କଳାହାଣ୍ଡି ଆଜି ଶିକ୍ଷା, ସ୍ୱାସ୍ଥ୍ୟ ସେବା, ଜଳସେଚନ, କୃଷି କ୍ଷେତ୍ରରେ ବିକାଶ ଆଡକୁ ମୁହାଇଛି ଏବଂ ମୋର ପ୍ରତ୍ୟକ୍ଷ ନଜର ରହିଥିବା ମୂଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

କଳାହାଣ୍ଡି ମୂଖ୍ୟମନ୍ତ୍ରୀ ନବୀନ
Share. Facebook Twitter LinkedIn Email WhatsApp Copy Link

Related Posts

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026

ୱାର୍ମ-ଅପ୍ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆର ବଡ଼ ବିଜୟ: ଆମେରିକାକୁ ୩୮ ରନ୍‌ରେ ପରାସ୍ତ କଲା ଭାରତ

February 3, 2026
Latest News

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026

ୱାର୍ମ-ଅପ୍ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆର ବଡ଼ ବିଜୟ: ଆମେରିକାକୁ ୩୮ ରନ୍‌ରେ ପରାସ୍ତ କଲା ଭାରତ

February 3, 2026

‘ପୂର୍ବୋଦୟ ମିଶନ’ରେ ଓଡ଼ିଶାର ପ୍ରଗତି ପଥକୁ ପ୍ରଶସ୍ତ କରିବ: ଧର୍ମେନ୍ଦ୍ର ପ୍ରଧାନ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.