କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ

Published: Nov 9, 2021, 10:51 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୦ ହଜାର ୧୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୩୨ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୩ ଲକ୍ଷ ୭୭ ହଜାର ୧୧୩ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୧ ହଜାର ୩୮୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୭ ଲକ୍ଷ ୭୫ ହଜାର ୮୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୪୦ ହଜାର ୬୩୮ ଆକ୍ଟିଭ୍‌ କେସ୍ ରହିଛି।

Related posts