
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୧ ହଜାର ୪୬୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୬୦ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୩ ଲକ୍ଷ ୮୮ ହଜାର ୫୭୯ ରେ ପହଞ୍ଚିଛି।
ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୧ ହଜାର ୮୪୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୭ ଲକ୍ଷ ୮୭ ହଜାର ୪୭ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୩୯ ହଜାର ୬୮୩ ଆକ୍ଟିଭ୍ କେସ୍ ରହିଛି।