Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଞ୍ଚାୟତ ନିର୍ବାଚନ ପୂର୍ବରୁ ରାଜ୍ୟ ନିର୍ବାଚନ କମିଶନରଙ୍କ ନିକଟରେ ବିଜେପିର ଅଭିଯୋଗ, ଜାଣନ୍ତୁ କଣ
ଆଜିର ଖବର

ପଞ୍ଚାୟତ ନିର୍ବାଚନ ପୂର୍ବରୁ ରାଜ୍ୟ ନିର୍ବାଚନ କମିଶନରଙ୍କ ନିକଟରେ ବିଜେପିର ଅଭିଯୋଗ, ଜାଣନ୍ତୁ କଣ

November 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ପଞ୍ଚାୟତ ନିର୍ବାଚନ ପୂର୍ବରୁ ରାଜ୍ୟ ନିର୍ବାଚନ କମିଶନରଙ୍କ ନିକଟରେ ବିଜେପିର ଅଭିଯୋଗ, ଜାଣନ୍ତୁ କଣ

ଭୁବନେଶ୍ୱର :  ଆଗାମୀ ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନ ପ୍ରସ୍ତୁତି କାର୍ଯ୍ୟ ଆରମ୍ଭ କରିସାରିଲେଣି । ଏହି ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ପାଇଁ ରାଜ୍ୟ ନିର୍ବାଚନ କମିଶନ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ଅଧିକାରୀ ଏବଂ କର୍ମଚାରୀଙ୍କୁ ଗୋଟିଏ ଜିଲ୍ଲାରୁ ଅନ୍ୟ ଜିଲ୍ଲାକୁ ବଦଳି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏଥି ସହ ଆଉ କେତେକ ବିଭାଗ ଯଥା, ରାଜ୍ୟ ସରକାରଙ୍କ ପରିବହନ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ବିଭାଗର ଅଧିକାରୀ ଏବଂ କର୍ମଚାରୀମାନଙ୍କୁ ସାମିଲ କରିବା ପାଇଁ ବିଜେପି ତରଫରୁ ରାଜ୍ୟ ନିର୍ବାଚନ କମିଶନରଙ୍କ ନିକଟରେ ଦାବୀ କରାଯାଇଛି ।

ଏହା ଦ୍ୱାରା ପଂଚାୟତ ନିର୍ବାଚନ ଅବାଧ ଓ ନିରପେକ୍ଷ ହେବା ସହ ସାଧାରଣ ଜନତାଙ୍କ ଆସ୍ଥାଭାଜନ ହୋଇପାରିବ ବୋଲି ଦଳ ତରଫରୁ କୁହାଯାଇଛି । ସେହିପରି ଗୋଟିଏ ଜିଲ୍ଲା କିମ୍ବା ନିଜ ଜିଲ୍ଲାରେ ୩ ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ଥିବା ସରକାରୀ ଅଧିକାରୀଙ୍କୁ ଅନ୍ୟ ଜିଲ୍ଲାକୁ ବଦଳି କରିବା ପାଇଁ ମଧ୍ୟ କମିଶନଙ୍କ ନିକଟରେ ବିଜେପିର ପ୍ରତିନିଧି ଦଳ ସାକ୍ଷାତ କରି ଦାବୀ କରିଛନ୍ତି ।

ନିର୍ବାଚନରେ ବ୍ୟବହାର ହେବାକୁ ଥିବା ବ୍ୟାଲେଟ ପେପର ପ୍ରିଂଟିଙ୍ଗର ସ୍ୱଚ୍ଛତା ଓ ନିରପେକ୍ଷତା ପ୍ରତି ବିଶେଷ ଦୃଷ୍ଟି ଦେବା ପାଇଁ ବିଜେପି ପ୍ରତିନିଧି ଦଳ କମିଶନଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଏହି ପ୍ରତିନିଧି ଦଳରେ ରାଜ୍ୟ ମୁଖପାତ୍ର ରମାରଂଜନ ବଳିୟାରସିଂ ଓ ସତ୍ୟବ୍ରତ ପଣ୍ଡା,ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ୱାଳ, ବିଜେପି ଆଇନ ପ୍ରକୋଷ୍ଠ ରାଜ୍ୟ ସଂଯୋଜକ ଜୟନ୍ତ ଜେନା ପ୍ରମୁଖ ଉପସ୍ଥିତ ଥିଲେ ।

ପଞ୍ଚାୟତ ନିର୍ବାଚନ ବିଜେପି ରାଜ୍ୟ ନିର୍ବାଚନ କମିଶନର
Share. Facebook Twitter LinkedIn Email WhatsApp Copy Link

Related Posts

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026
Latest News

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026

ଷ୍ଟ୍ରୋକ୍ ସଚେତନତା ଅଭିଯାନ – ଆଇଏଫଆଇ ଫାଉଣ୍ଡେସନକୁ ଅନ୍ତର୍ଜାତୀୟ ସମ୍ମାନ

May 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.