Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲଗାଣ ବର୍ଷାରେ ବେହାଲ ବାଣପୁର: ଜଳମଗ୍ନ ହୋଇଛି ହଜାର ହଜାର ଏକର ଧାନ ଜମି
ଆଜିର ଖବର

ଲଗାଣ ବର୍ଷାରେ ବେହାଲ ବାଣପୁର: ଜଳମଗ୍ନ ହୋଇଛି ହଜାର ହଜାର ଏକର ଧାନ ଜମି

November 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଆଉ ଗୋଟିଏ ଲଘୁଚାପ ବଙ୍ଗୋପସାଗରରେ ସକ୍ରିୟ ରହିଛି। ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିଛି। ଅନେକ ସ୍ଥାନରେ ପ୍ରବଳ ବର୍ଷା ଯୋଗୁଁ ଧାନ ଫସଲ ନଷ୍ଟ ହେବା ଭଳି ଖବର ହସ୍ତଗତ ହୋଇଛି।

ତେବେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକରେ ମଧ୍ୟ ଏହାର ଘୋର ପ୍ରଭାବ ପଡିଛି। ଲଗାଣ ବର୍ଷା ଯୋଗୁଁ ବାଣପୁର ବ୍ଲକରେ ଶହ ଶହ ଏକର ଧାନ ଜମି ଜଳମଗ୍ନ ହୋଇଛି। ଯାହାଦ୍ବାରା କଟା ଯାଇଥିବା ଧାନ ଫସଲଗୁଡିକ ପାଣି ଭିତରେ ବୁଡି ରହିଛି। ଦୁଇଦିନ ଧରି ଚାଲିଥିବା ଏହି ଲଗାଣ ବର୍ଷାରେ ପ୍ରାୟ ୧୨୨୫ ଏକର ଜମି ଜଳମଗ୍ନ ହୋଇଥିବା ଆକଳନ କରାଯାଉଛି। ବାଣପୁର ବ୍ଲକ ଅନ୍ତର୍ଗତ ନରେନ୍ଦ୍ରପୁର, ଗମ୍ଭାରିମୁଣ୍ଡା, ଆୟତପୁର, ନାଚୁଣୀ, ତୋରସିଂହ, କୁମାରଙ୍ଗ ପଞ୍ଚାୟତଗୁଡିକର ଜମିରେ ଜଳମଗ୍ନ ହୋଇଥିବା କୃଷି ବିଭାଗ ପକ୍ଷରୁ କୁହାଯାଇଛି।

ସେହିଭଳି ବାଣପୁର ବ୍ଲକର ଅନ୍ୟ ପଞ୍ଚାୟତରେ ମଧ୍ୟ କ୍ଷୟକ୍ଷତି ହୋଇଥିବା ଅନୁମାନ କରାଯାଉଛି। ବର୍ଷା ଛାଡିବା ପରେ ଏହାର ସଠିକ ଆକଳନ କରାଯିବ ବୋଲି ବାଣପୁର କୃଷି ଅଧିକାରୀ ଅଜୟ କୁମାର କର ସୂଚନା ଦେଇଛନ୍ତି। ଏନେଇ ବର୍ତ୍ତମାନ ମିଳିଥିବା ଖବର ଅନୁଯାୟୀ, ଏହାର ଏକ ରିପୋର୍ଟ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କୁ ପ୍ରଦାନ କରାଯିଅଛି ବୋଲି ଅଜୟ କର କହିଛନ୍ତି।

ତେବେ କ୍ଷତିଗ୍ରସ୍ତ ଚାଷୀଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଅନୁଯାୟୀ କ୍ଷତିପୂରଣ ମିଳିବା ପାଇଁ ପ୍ରୟାସ କରାଯିବ ବୋଲି ଶ୍ରୀ କର କହିଛନ୍ତି। ଏତଦବ୍ୟତୀତ ଯେଉଁ ଚାଷୀ ଏହି ଫସଲ ବୀମା ଯୋଜନାରେ ଅଂଶଗ୍ରହଣ କରିବାରେ ବିଫଳ ହୋଇଛନ୍ତି, ସେମାନଙ୍କୁ ରାଜ୍ୟସରକାରଙ୍କ ଘୋଷଣା ମୁତାବକ କ୍ଷତିପୂରଣ ଦିଆଯିବ ବୋଲି କୃଷି ଅଧିକାରୀ କହିଛନ୍ତି।

ଧାନ ଫସଲ ନଷ୍ଟ ପ୍ରବଳ ବର୍ଷା ବଙ୍ଗୋପସାଗର ବାଣପୁର ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

SIR ପରେ ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ବାଦ ପଡିଲା ୯୭ ଲକ୍ଷରୁ ଅଧିକ ନାମ

February 23, 2026

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026

ଦନ୍ତା ହାତୀ ଆକ୍ରମଣରେ ଦୁଇ ମୃତ

February 23, 2026

ପୁଅର ଠେଙ୍ଗା ମାଡ଼ରେ ପିତା ଗୁରୁତର: ଡାକ୍ତରଖାନାରେ ଭର୍ତ୍ତି

February 23, 2026
Latest News

SIR ପରେ ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ବାଦ ପଡିଲା ୯୭ ଲକ୍ଷରୁ ଅଧିକ ନାମ

February 23, 2026

ଯଥାଶୀଘ୍ର ଇରାନ ଛାଡିବା ପାଇଁ ଭାରତୀୟ ନାଗରିକଙ୍କୁ ଚେତାବନୀ: ମାର୍ଗଦର୍ଶିକା ଜାରି

February 23, 2026

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026

ଦନ୍ତା ହାତୀ ଆକ୍ରମଣରେ ଦୁଇ ମୃତ

February 23, 2026

ପୁଅର ଠେଙ୍ଗା ମାଡ଼ରେ ପିତା ଗୁରୁତର: ଡାକ୍ତରଖାନାରେ ଭର୍ତ୍ତି

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.