କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ

Published: Nov 14, 2021, 11:42 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୧ ହଜାର ୨୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୮୫ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୪ ଲକ୍ଷ ୧୨ ହଜାର ୯୪୧ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୨ ହଜାର ୩୭୪ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୮ ଲକ୍ଷ ୩୭ ହଜାର ୮୫୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୩୫ ହଜାର ୯୧୮ ଆକ୍ଟିଭ୍‌ କେସ୍ ରହିଛି।

Related posts