କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ

Published: Nov 15, 2021, 10:46 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୦ ହଜାର ୨୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨୫ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୪ ଲକ୍ଷ ୪୭ ହଜାର ୫୩୬ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୩ ହଜାର ୬୫୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୮ ଲକ୍ଷ ୪୯ ହଜାର ୭୮୫ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୩୪ ହଜାର ୯୬ ଆକ୍ଟିଭ୍‌ କେସ୍ ରହିଛି।

Related posts