କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ

Published: Nov 16, 2021, 11:36 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୮ ହଜାର ୮୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୯୭ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୪ ଲକ୍ଷ ୫୬ ହଜାର ୪୦୧ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୩ ହଜାର ୮୫୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୮ ଲକ୍ଷ ୬୧ ହଜାର ୭୫୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୩୦ ହଜାର ୭୯୩ ଆକ୍ଟିଭ୍‌ କେସ୍ ରହିଛି।

Related posts