Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଗଣମାଧ୍ୟମର ଭୂମିକା
ଆଜିର ଖବର

ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଗଣମାଧ୍ୟମର ଭୂମିକା

November 16, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଜାତୀୟ ପ୍ରେସ ଦିବସ ଅବସରରେ ସ୍ୱାଧୀନତା ସଂଗ୍ରାମରେ ଗଣମାଧ୍ୟମର ଭୂମିକା ଶୀର୍ଷକ ଏକ ୱେବିନାର ଅନୁଷ୍ଠିତ ହୋଇଯାଇଛି। ପତ୍ରସୂଚନା କାର୍ଯ୍ୟାଳୟ ଭୁବନେଶ୍ୱର ଓ ଆଂଚଳିକ କ୍ଷେତ୍ରପ୍ରଚାର ବ୍ୟୁରୋ ପକ୍ଷରୁ ଆୟୋଜିତ ଏହି ୱେବିନାରରେ ବହୁ ବିଶିଷ୍ଟ ବକ୍ତା ଯୋଗଦେଇ ସ୍ୱାଧୀନତା ଆନ୍ଦୋଳନକୁ ଲୋକଭିମୁଖୀ କରିବାରେ ଗଣମାଧ୍ୟମର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଥିଲା ବୋଲି ମତବ୍ୟକ୍ତ କରିଥିଲେ।

ଏଥିରେ ପ୍ରାରମ୍ଭିକ ଅଭିଭାଷଣ ଦେଇ ପତ୍ରସୂଚନା କାର୍ଯ୍ୟାଳୟ, ଭୁବନେଶ୍ୱର ଅତିରିକ୍ତ ମହାନିର୍ଦ୍ଦେଶକ ରାଜିନ୍ଦର ଚୌଧୁରୀ ସ୍ୱାଧୀନତା ଆନ୍ଦୋଳନ କାଳରେ ଗଣମାଧ୍ୟମଗୁଡିକୁ ଇଂରେଜ ଶାସକମାନଙ୍କ ଆକ୍ରୋଶର କିପରି ଶୀକାର ହେବାକୁ ପଡିଥିଲା ତା’ର ନଜିରମାନ ଦେଇଥିଲେ। ଏପରିକି ସ୍ୱାଧୀନତା ସଂଗ୍ରାମ ଗଣମାଧ୍ୟମ ଜରିଆରେ ଅଧିକ ଲୋକାଭିମୁଖୀ ହେଉଥିବାରୁ ଭର୍ଣ୍ଣାକୁଲାର ପ୍ରେସ ଆଇନ ମଧ୍ୟ ଲାଗୁ କରିବାକୁ ହୋଇଥିଲା। ବର୍ତ୍ତମାନ ସାମାଜିକ ଗଣମାଧ୍ୟମ ଯେପରି ମୁଣ୍ଡ ଟେକିବା ଆରମ୍ଭ କରିଛି ଗଣମାଧ୍ୟମରେ ତଥ୍ୟ ଯାଂଚ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବୋଲି ସେ ମତବ୍ୟକ୍ତ କରିଥିଲେ।

ଏଥିରେ ଯୋଗଦେଇ ବରିଷ୍ଠ ଆଇନଜ୍ଞ ଓ ଲେଖକ ସଦାଶିବ ଦାସ ସ୍ୱାଧୀନତା ଆନ୍ଦୋଳନ୍ କାଳରେ ଜଗଜାଗରଣ ସୃଷ୍ଟି କରିବାରେ ସେତେବେଳେ ଗଣମାଧ୍ୟମ ବୋଇଲେ ମୁଖ୍ୟତଃ ଖବରକାଗଜ, ପୋଷ୍ଟର ଇତ୍ୟାଦିର ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା ବୋଲି କହିଥିଲେ। ଓଡିଶାରେ ମଧ୍ୟ କର୍ମବୀର ଗୌରୀଶଙ୍କର ବା ପ୍ୟାରୀମୋହନ ଆଚାର୍ଯ୍ୟଙ୍କ ଲେଖାମାନ ବେଶ୍ ଆଦୃତ ହେଉଥିଲା। ସମ୍ବାଦଗୁଡିକ ଆନ୍ଦୋଳନର ଅଗ୍ନି ସଂଯୋଗକାରୀ ଭାବେ କାର୍ଯ୍ୟ କରୁଥିଲେ ବୋଲି ସେ କହିଥିଲେ।

ଏଥିରେ ଯୋଗଦେଇ ବିଶିଷ୍ଟ କବି ଓ ସାମ୍ବାଦିକ ପୀତାମ୍ବର ତରାଇ ଜନସତେନତାର ବାର୍ତାବହ ଭାବେ ସ୍ୱାଧୀନତା ସଂଗ୍ରାମରେ ଖବରକାଗଜ ଖୁବ୍ ଉପାଦେୟ ଭୂମିକା ତୁଲାଇଥିଲା ବୋଲି କହିଥିଲେ।

ୱେବିନାରେ ଅଂଶଗ୍ରହଣ କରି କିଟ୍ ବିଶ୍ୱବିଦ୍ୟାଳୟ ପ୍ରଫେସର ରୁବି ନନ୍ଦ କହିଥିଲେ ଯେ ବିଭିନ୍ନ ସ୍ଥାନରେ ସ୍ୱାଧୀନତା ଆନ୍ଦୋଳନର ବାର୍ତ୍ତା ପହଂଚାଇବାରେ ଗଣମାଧ୍ୟମ ସ୍ୱାଧୀନତା ସଂଗ୍ରାମ କାଳରେ ବଳିଷ୍ଠ ଭୂମିକା ତୁଲାଇଥିଲା। ପ୍ରେସ ସେତେବେଳେ ଗୋଟେ ମିଶନ ମୋଡ କାର୍ଯ୍ୟ ଥିବାରୁ ଏହା ବେଶ୍ ଜନାଭିମୁଖୀ ହୋଇପାରିଥିଲା। ମାତ୍ର ପରିବର୍ତ୍ତିତ ପରିସ୍ଥିତିରେ ଗଣମାଧ୍ୟମ ସହ ସାମାଜିକ ଗଣମାଧ୍ୟମକୁ ନ ଯୋଡିବାକୁ ସେ ପରାମର୍ଶ ଦେଇଥିଲେ।

ଆଂଚଳିକ କ୍ଷେତ୍ରପ୍ରଚାର ବ୍ୟୁରୋର ନିର୍ଦ୍ଦେଶକ ଅଖିଳ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ୱେବିନାରରେ ଆନ୍ନି ଶତପଥୀ ଏହାକୁ ପରିଚାଳନା କରିଥିବାବେଳେ, ଆଂଚଳିକ କ୍ଷେତ୍ରପ୍ରଚାର ବ୍ୟୁରୋ କ୍ଷେତ୍ର ପ୍ରଦର୍ଶନ ଅଧିକାରୀ ମହେନ୍ଦ୍ର ପ୍ରସାଦ ଜେନା ସ୍ୱାଗତ ଭାଷଣ ଦେଇଥିଲେ। (ପି.ଆଇ.ବି.)

ଗଣମାଧ୍ୟମର ଭୂମିକା ଜାତୀୟ ପ୍ରେସ ଦିବସ ଭାରତୀୟ ସ୍ୱାଧୀନତା ସଂଗ୍ରାମ ୱେବିନାର
Share. Facebook Twitter LinkedIn Email WhatsApp Copy Link

Related Posts

ଫାର୍ମାସିଷ୍ଟଙ୍କ ସଶକ୍ତୀକରଣ ନିମନ୍ତେ ଉନ୍ନତ ମାନର ଶିକ୍ଷା ଓ ନବସୃଜନର ଆବଶ୍ୟକତା: ସୋଆ ଉପସଭାପତି

September 26, 2026

ସଦସ୍ୟତା ରଦ୍ଦ ମାମଲା: ଅକ୍ଟୋବର ୮ ସୁଦ୍ଧା ଉତ୍ତର ରଖିବେ ସାୟୋନୀ ଘୋଷଙ୍କ ସମେତ ୨୦ ବିଦ୍ରୋହୀ ସାଂସଦ

September 26, 2026

ଜେନ୍-ଜି ଯୁବପିଢ଼ିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ‘ଭଜନ କ୍ଲବିଂ’: ଖଞ୍ଜଣି ବଜାଇ ଗାଇଲେ ଭଜନ

September 26, 2026

ପ୍ରବଳ ବର୍ଷା ସତ୍ତ୍ୱେ ପୂର୍ବ ତଟ ରେଳପଥ ଦ୍ୱାରା ପୁନରୁଦ୍ଧାର କାର୍ଯ୍ୟ ଓ ଯାତ୍ରୀ ସୁବିଧାକୁ ଗୁରୁତ୍ୱ

September 26, 2026
Latest News

ୟୁଏନ୍‌ଜିଏରେ ଅପଦସ୍ତ ପାକ୍ ପ୍ରଧାନମନ୍ତ୍ରୀ: ହାଫିଜ୍ ସୟିଦ୍ ଓ ଆତଙ୍କବାଦ ପ୍ରଶ୍ନରେ ମୁହଁ ବନ୍ଦ ରଖିଲେ ଶେହବାଜ

September 26, 2026

ଫାର୍ମାସିଷ୍ଟଙ୍କ ସଶକ୍ତୀକରଣ ନିମନ୍ତେ ଉନ୍ନତ ମାନର ଶିକ୍ଷା ଓ ନବସୃଜନର ଆବଶ୍ୟକତା: ସୋଆ ଉପସଭାପତି

September 26, 2026

ସଦସ୍ୟତା ରଦ୍ଦ ମାମଲା: ଅକ୍ଟୋବର ୮ ସୁଦ୍ଧା ଉତ୍ତର ରଖିବେ ସାୟୋନୀ ଘୋଷଙ୍କ ସମେତ ୨୦ ବିଦ୍ରୋହୀ ସାଂସଦ

September 26, 2026

ଜେନ୍-ଜି ଯୁବପିଢ଼ିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ‘ଭଜନ କ୍ଲବିଂ’: ଖଞ୍ଜଣି ବଜାଇ ଗାଇଲେ ଭଜନ

September 26, 2026

ପ୍ରବଳ ବର୍ଷା ସତ୍ତ୍ୱେ ପୂର୍ବ ତଟ ରେଳପଥ ଦ୍ୱାରା ପୁନରୁଦ୍ଧାର କାର୍ଯ୍ୟ ଓ ଯାତ୍ରୀ ସୁବିଧାକୁ ଗୁରୁତ୍ୱ

September 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.