
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୦ ହଜାର ୧୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୦୧ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୪ ଲକ୍ଷ ୬୬ ହଜାର ୫୯୮ ରେ ପହଞ୍ଚିଛି।
ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୪ ହଜାର ୧୫୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୮ ଲକ୍ଷ ୭୪ ହଜାର ୧୯୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୨୮ ହଜାର ୫୫୫ ଆକ୍ଟିଭ୍ କେସ୍ ରହିଛି।