Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୁରୁତର ରୋଗୀମାନଙ୍କୁ ସ୍ଥାନାନ୍ତର ସମୟରେ ଉପୁଜୁଥିବା ସମସ୍ୟାକୁ ନେଇ ଆଲୋଚନା
ଆଜିର ଖବର

ଗୁରୁତର ରୋଗୀମାନଙ୍କୁ ସ୍ଥାନାନ୍ତର ସମୟରେ ଉପୁଜୁଥିବା ସମସ୍ୟାକୁ ନେଇ ଆଲୋଚନା

November 18, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଗୁରୁତର ରୋଗୀମାନଙ୍କୁ ସୁରକ୍ଷିତ ଭାବେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ନେବା ସମୟରେ ଅନେକ ସମସ୍ୟା ସୃଷ୍ଟି ହେଉଥିବା ବେଳେ ଉପଲବ୍ଧ ଥିବା ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳକୁ ବ୍ୟବହାର କରିବା ସମ୍ପର୍କରେ ବିଶେଷଜ୍ଞମାନେ ଗୁରୁତ୍ୱ ଦେଇଛନ୍ତି। ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଗୁରୁବାର ଆୟୋଜିତ କର୍ମଶାଳାରେ ଏହି ମତ ଦେଇଛନ୍ତି ବିଶେଷଜ୍ଞମାନେ।

ଡାକ୍ତରମାନେ ସ୍ଥାନାନ୍ତର ସମୟରେ ହସ୍ପିଟାଲ୍ ଦ୍ୱାରା ଭେଂଟିଲେଟର ବ୍ୟବହାର ସମ୍ପର୍କରେ ବୁଝାଇବା ସହ ଆଇସିୟୁ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ କାର୍ଯ୍ୟକରୁଥିବା ମେଡିକାଲ୍  କର୍ମଚାରୀମାନଙ୍କର ପ୍ରଶିକ୍ଷଣ ଉପରେ ଗୁରୁତ୍ୱ ଦେଇ ନୂତନ ବୈଷୟିକ ଉପକରଣର ବ୍ୟବହାର, ରୋଗୀମାନଙ୍କର ଚିକିତ୍ସା ଏବଂ ସୁରକ୍ଷା ସମ୍ପର୍କରେ ଜ୍ଞାନ ଆହରଣ କରିବା ଆବଶ୍ୟକ ବୋଲି ମତ ଦେଇଛନ୍ତି।

ନନ୍‌-ଇନ୍‌ଭେସିଭ୍ ଭେଂଟିଲେସନ୍ (ଏନ୍‌ଆଇଭି) ଏବଂ ଟ୍ରାନ୍ସପୋର୍ଟ ଭେଂଟିଲେସନ୍ ସମ୍ପର୍କିତ ଏହି କଂଟିନ୍ୟୁଇଙ୍ଗ ମେଡିକାଲ୍‌ ଏଜୁକେସନ୍ (ସିଏମ୍‌ଇ) ସମ୍ ହସ୍ପିଟାଲ୍‌ର ବାୟୋମେଡିକାଲ୍ ଇଞ୍ଜିନିୟରିଂ ଡିପାର୍ଟମେଂଟ ଓ ରେସ୍‌ମେଡ୍ ଇଣ୍ଡିଆର ମିଳିତ ସହଯୋଗରେ ଆୟୋଜିତ ହୋଇଥିଲା।

ଏହି କାର୍ଯ୍ୟକ୍ରମରେ ନିଜର ବକ୍ତବ୍ୟ ରଖି ସମ୍ ହସ୍ପିଟାଲ୍‌ର ମେଡିକାଲ୍ ସୁପରିଟେଣ୍ଡେଂଟ୍ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର ପ୍ରମୁଖ ସହର ଗୁଡ଼ିକରେ ବଢ଼ୁଥିବା ବାୟୁ ପ୍ରଦୂଷଣ, ଲକ୍ ଡାଉନ୍ ଆଡକୁ ମୁହାଁଉଥିବା ଦିଲ୍ଲୀ ସହର ଏବଂ ଏହା ଦ୍ୱାରା ଉପୁଜୁଥିବା ଗୁରୁତର ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ଉଦ୍‌ବେଗ ପ୍ରକାଶ କରିଥିଲେ। ଆମାଜନ୍ ଜଙ୍ଗଲକୁ ବିଶ୍ୱର ଫୁସ୍‌ଫୁସ  ବୋଲି କୁହାଯାଉଥିବା ବେଳେ ଜଙ୍ଗଲରେ ନିଆଁ ଲାଗିବା ଯୋଗୁଁ ତାହା ଧ୍ୱଂସ ହେବାକୁ ଲାଗିଛି। ତେଣୁ ଆମକୁ ଏହି ସମସ୍ୟା ସହିତ ଲଢ଼ିବାକୁ ଓ ରୋଗର ମାତ୍ରାକୁ କମାଇବାକୁ ନୂଆ ଜଙ୍ଗଲ ତିଆରି କରିବାକୁ ପଡିବ ବୋଲି ସେ କହିଥିଲେ।

ସମ୍ ହସ୍ପିଟାଲ୍‌ର ନ୍ୟୁରୋ କ୍ରିଟିକାଲ୍ କେୟାର ବିଭାଗର ଇନ୍‌ଚାର୍ଜ ଡାକ୍ତର ଈଶ୍ୱର ଚନ୍ଦ୍ର ବେହେରା କହିଥିଲେ ଯେ ଗୁରୁତର ଥିବା ରୋଗୀମାନଙ୍କର ସ୍ଥାନାନ୍ତର କରିବା ଚିକିତ୍ସାର ଏକ ପ୍ରମୁଖ ଅଂଗ ଏବଂ ଏଭଳି କର୍ମଶାଳାର ଆବଶ୍ୟକତା ରହିଛି। ଏଭଳି ଟ୍ରେନିଂ କାର୍ଯ୍ୟକ୍ରମରୁ ନର୍ସିଂ ଷ୍ଟାଫ୍‌ମାନେ ଜ୍ଞାନ ଆହରଣ କରିବା ସହ କାର୍ଯ୍ୟଶୈଳୀ ମଧ୍ୟ ଶିଖନ୍ତୁ ବୋଲି ଡାକ୍ତର ବେହେରା କହିଥିଲେ। ହସ୍ପିଟାଲ୍‌ର ଅନ୍ୟ ତିନିଜଣ କ୍ରିଟିକାଲ୍ କେୟାର ଏକ୍ସପର୍ଟ ଡାକ୍ତର ଶକ୍ତି ବେଦାନ୍ତ ମିଶ୍ର, ଡାକ୍ତର ସନ୍ତୋଷ ସିଂହ ଓ ଡାକ୍ତର ସାଗରିକା ପଣ୍ଡା ହସ୍ପିଟାଲ୍ ମଧ୍ୟରେ ଏବଂ ଏକ ହସ୍ପିଟାଲ୍‌ରୁ ଅନ୍ୟ ହସ୍ପିଟାଲ୍‌କୁ ଗୁରୁତର ରୋଗୀଙ୍କୁ ସୁରକ୍ଷିତ ଭାବେ ସ୍ଥାନାନ୍ତର
କରିବା ସମ୍ପର୍କରେ ଗୁରୁତ୍ୱାରୋପ କରିଥିଲେ। ସ୍ଥାନାନ୍ତର ସମୟରେ ରୋଗୀ ଗୁରୁତର ହେବାର ସଂଖ୍ୟାକୁ କିଭଳି କମ୍‌ କରାଯାଇପାରିବ ସେ ସମ୍ପର୍କରେ ଡାକ୍ତର ମିଶ୍ର ଆଲୋକପାତ କରିଥିଲେ।

କାର୍ଯ୍ୟକ୍ରମକୁ ସମ୍ ହସ୍ପିଟାଲ୍‌ର ବାୟୋମେଡିକାଲ୍ ଇଞ୍ଜିନିୟର ମନୋରମା ପରିଡା ପରିଚାଳନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଗୁଣବତା ବିଭାଗର ମୁଖ୍ୟ ଡାକ୍ତର ଅରୋଲିପି, ସମ୍ ଅଲ୍ଟିମେଟ୍ ମେଡିକେୟାରର ବାୟୋମେଡିକାଲ୍ ଇଞ୍ଜିନିୟରିଂ ବିଭାଗର ଡିଜିଏମ୍ ଅକ୍ଷୟ କୁମାର ସ୍ୱାଇଁ, ରେସ୍‌ମେଡ୍ ଇଣ୍ଡିଆର ଡାକ୍ତର ପୁଲ୍‌କିତ ସ୍ୱରୂପ, ସମ୍ ହସ୍ପିଟାଲ୍‌ର ଅଫିସର୍ ଅନ୍‌ ସ୍ପେଶିଆଲ୍ ଡ୍ୟୁଟି ପ୍ରହଲ୍ଲାଦ ମହାନ୍ତି ଏବଂ ନର୍ସିଂ ସୁପରିଟେଣ୍ଡେଂଟ ମିନତୀ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

ଗୁରୁତର ରୋଗୀ ବୈଷୟିକ ଜ୍ଞାନକୌଶଳ ଭେଂଟିଲେଟର ସମ୍ ହସ୍ପିଟାଲ୍
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବ ଭାରତରେ କୃଷି ବିକାଶ ପାଇଁ ରୋଡ୍ ମ୍ୟାପ୍ ଚୂଡାନ୍ତ : ଶ୍ରୀ ଶିବରାଜ ସିଂହ ଚୌହାନ

May 20, 2026

ସାରା ରାଜ୍ୟରେ କୌଣସି କଟକଣା ବିନା ଜାରି ରହିଛି ଜାଳେଣି ବିତରଣ

May 20, 2026

ଓଡ଼ିଶାର ଆମ୍ବ କିସମ ଓ ଉତ୍ପାଦନକୁ କେନ୍ଦ୍ର କୃଷି ମନ୍ତ୍ରୀଙ୍କ ପ୍ରଶଂସା

May 20, 2026

ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା : ଆଉ ୨ଜଣ ଅଭିଯୁକ୍ତ ଗିରଫ

May 19, 2026
Latest News

NCERTର ଅନଲାଇନ୍ ଆବେଦନ ଆରମ୍ଭ

May 20, 2026

ଭାରତୀୟ ରେଳବାଇ ଦ୍ୱାରା ଦୁଇଟି ନୂତନ ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ସେବାର ଶୁଭାରମ୍ଭ

May 20, 2026

ପୂର୍ବ ଭାରତରେ କୃଷି ବିକାଶ ପାଇଁ ରୋଡ୍ ମ୍ୟାପ୍ ଚୂଡାନ୍ତ : ଶ୍ରୀ ଶିବରାଜ ସିଂହ ଚୌହାନ

May 20, 2026

ସାରା ରାଜ୍ୟରେ କୌଣସି କଟକଣା ବିନା ଜାରି ରହିଛି ଜାଳେଣି ବିତରଣ

May 20, 2026

ଓଜନ ହ୍ରାସ ପାଇଁ କେଉଁ ତେଲ ସର୍ବୋତ୍ତମ ?

May 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.