କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ

Published: Nov 19, 2021, 11:44 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୧ ହଜାର ୧୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୫୯ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୪ ଲକ୍ଷ ୭୭ ହଜାର ୭୦୪ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୩ ହଜାର ୮୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୯ ଲକ୍ଷ ୯ ହଜାର ୬୬୩ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୨୬ ହଜାର ୬୨୦ ଆକ୍ଟିଭ୍‌ କେସ୍ ରହିଛି।

Related posts