କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ

Published: Nov 20, 2021, 11:09 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୦ ହଜାର ୩୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୬୭ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୪ ଲକ୍ଷ ୯୯ ହଜାର ୯୨୫ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୫ ହଜାର ୩୪୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୯ ଲକ୍ଷ ୯ ହଜାର ୬୬୩ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୨୪ ହଜାର ୮୬୮ ଆକ୍ଟିଭ୍‌ କେସ୍ ରହିଛି।

Related posts