Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଣତନ୍ତ୍ରର ବିଜୟ, ଅହଂକାରର ପରାଜୟ: କଂଗ୍ରେସ
ଆଜିର ଖବର

ଗଣତନ୍ତ୍ରର ବିଜୟ, ଅହଂକାରର ପରାଜୟ: କଂଗ୍ରେସ

November 20, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରି କହିଛନ୍ତି ଯେ, ତାଙ୍କ ସରକାର ଯେଉଁ ତିନୋଟି କୃଷି ଆଇନକୁ ପାରିତ କରିଥିଲା ସେ ସମସ୍ତ କୃଷି ଆଇନକୁ ଆସନ୍ତା ଶୀତକାଳୀନ ଅଧିବେଶନରେ ସଂସଦରେ ରୁଦ୍ଧ କରାଯିବ। ଆଜକୁ ଦୀର୍ଘ ୧୩ ମାସ କାଳ ଧରି କୃଷକମାନେ ଏହି କଳା କୃଷି ଆଇନ ବିରୋଧରେ ଶାନ୍ତିପୂର୍ଣ୍ଣ ଭାବରେ ଆନ୍ଦୋଳନ ଜାରି ରଖିଛନ୍ତି। ସାରା ଭାରତବର୍ଷର ଅନ୍ନଦାତା ଏ ଆଇନକୁ ରୁଦ୍ଧ ବା ଆଇନର ପରିବର୍ତ୍ତନ କରିବା ପାଇଁ ବାରମ୍ବାର ମୋଦି ସରକାରଙ୍କର ଦୃଷ୍ଟି ଆକର୍ଷଣ କରିଥିଲେ।

ଆଜି ପ୍ରଦେଶ କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଅଖିଳ ଭାରତ କଂଗ୍ରେସ କମିଟିର ସାଧାରଣ ସଂପାଦକ ଡଃ ଏ ଚେଲ୍ଲା କୁମାର ସାମ୍ବାଦିକମାନଙ୍କୁ ଉଦ୍‌ବୋଧନ ଦେଇ କହିଥିଲେ ଯେ, ଭାରତ ବର୍ଷର ନରେନ୍ଦ୍ର ମୋଦି ସରକାର ଯେଉଁ କଳା କୃଷି ଆଇନ ପ୍ରଣୟନ କରିଥିଲେ ତାହା ଆଜି ସେ ନିଜେ ଏବଂ ତାଙ୍କ ସରକାର ଏ ଆଇନକୁ ରୁଦ୍ଧ କରିବାର ଘୋଷଣା କରିଛନ୍ତି। ଏଥିରୁ ସ୍ପଷ୍ଟ ପ୍ରମାଣିତ ଭାରତବର୍ଷର କୋଟି କୋଟି କୃଷକ ଯେଉଁ ଆନ୍ଦୋଳନ ଜାରି ରଖିଥିଲେ ତାହା ନ୍ୟାୟ ସଂଗତ ଓ କୃଷକ ବିରୋଧି ଥିଲା ବୋଲି ଏଥିରୁ ସ୍ପଷ୍ଟ ପ୍ରମାଣି । ଏହି ବିଜୟ ଭାରତ ବର୍ଷର କୃଷକଙ୍କର ବିଜୟ, ଗଣତନ୍ତ୍ରର ବିଜୟ, ସତ୍ୟର ବିଜୟ ଓ ଅହଂକାରର ପରାଜୟ ବୋଲି ସେ କହିଥିଲେ।

ପ୍ରଦେଶ କଂଗ୍ରେସ କମିଟିର ସଭାପତି ନିରଞ୍ଜନ ପଟ୍ଟନାୟକ ସାମ୍ବାଦିକ ମାନଙ୍କୁ ଉଦ୍‌ବୋଧନ ଦେଇ କହିଥିଲେ ଯେ, ଆଜି ଯେଉଁ ୭୦୦ ରୁ ଅଧିକ କୃଷକ ମୃତ୍ୟୁବରଣ କଲେ। ସେମାନଙ୍କ ପଛପଟୁରୁ ଗାଡ଼ି ଚଢ଼ାଇ ଓ ଟ୍ରାକ୍ଟର ଚଢ଼ାଇ ମାରିଦିଆଗଲା ଏବଂ ତାଙ୍କ ନାଁରେ ବିଭିନ୍ନ ଆତଙ୍କବାଦ ଆଇନ ବଳରେ ଯେଉଁ କେସ ଦାୟର ହୋଇଛି, ସେଥିପାଇଁ ନରେନ୍ଦ୍ର ମୋଦି ଦାୟୀ ରହିବେ କି ନାହିଁ ବୋଲି ପ୍ରଶ୍ନ ପଚାରିଛନ୍ତି। ଆଜି ଯଦି ସରକାର ନିଷ୍ପତ୍ତି ନେଇପାରିଲେ ତାହାହେଲେ କାହଁକି କୃଷକମାନଙ୍କୁ ଆତଙ୍କବାଦୀ ବୋଲି ଚିତ୍ରଣ କରାଯାଇଥିଲା। ଅହଂକାର ଓ ସଂଖ୍ୟାର କେବେ ଜୟ ହୋଇ ନାହିଁ, ଗଣତନ୍ତ୍ରର ଜୟହିଁ ହୋଇଛି।

ଏହି ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଅଖିଳ ଭାରତ କଂଗ୍ରେସ କମିଟିର ସଂପାଦକ ଜି ରୁଦ୍ର ରାଜୁ, ପିସିସି ମିଡିଆ ସେଲର ଅଧ୍ୟକ୍ଷ ଗଣେଶ୍ୱର ବେହେରା, ଯଜ୍ଞେଶ୍ୱର ବାବୁ ଏବଂ ବରିଷ୍ଠ ମୁଖପାତ୍ର ତଥା ସେବାଦଳ ଅଧ୍ୟକ୍ଷ ଡ. ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର ଉପସ୍ଥିତ ଥିଲେ।

ଅନ୍ନଦାତା କଂଗ୍ରେସ ତିନୋଟି କୃଷି ଆଇନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୀତକାଳୀନ ଅଧିବେଶନ
Share. Facebook Twitter LinkedIn Email WhatsApp Copy Link

Related Posts

‘ହର ଘର ତିରଙ୍ଗା’ ଅଭିଯାନ: ନିଜ ବାସଭବନରେ ତ୍ରିରଙ୍ଗା ଉତ୍ତୋଳନ କଲେ ଅମିତ ଶାହ

August 14, 2026

ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

August 14, 2026

କଟକ ଦୁଷ୍କର୍ମ ମାମଲା: ୫ ଗିରଫ, ଅନ୍ୟ ଜଣେ ଫେରାର

August 14, 2026

ଅଗଷ୍ଟ ୧୪ ତାରିଖ ଶୁକ୍ରବାରରେ ସାତଟି ରାଶିର ଭାଗ୍ୟରେ ଦେଖାଦେବ ବଡ ପରିବର୍ତ୍ତନ

August 14, 2026
Latest News

‘ହର ଘର ତିରଙ୍ଗା’ ଅଭିଯାନ: ନିଜ ବାସଭବନରେ ତ୍ରିରଙ୍ଗା ଉତ୍ତୋଳନ କଲେ ଅମିତ ଶାହ

August 14, 2026

ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

August 14, 2026

ବାଣପୁର: ବ୍ଲକ ସ୍ତରୀୟ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ, ଦର୍ଶକଙ୍କ ମନ ମୋହିଲା ନୀଳମାଷ୍ଟ୍ରାଣୀ ନାଟକ

August 14, 2026

କଟକ ଦୁଷ୍କର୍ମ ମାମଲା: ୫ ଗିରଫ, ଅନ୍ୟ ଜଣେ ଫେରାର

August 14, 2026

ଅଗଷ୍ଟ ୧୪ ତାରିଖ ଶୁକ୍ରବାରରେ ସାତଟି ରାଶିର ଭାଗ୍ୟରେ ଦେଖାଦେବ ବଡ ପରିବର୍ତ୍ତନ

August 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.