Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟାଇମ୍‌ସ ର‌୍ୟାଙ୍କିଙ୍ଗ୍‌: ପୂର୍ବ ଭାରତରେ ସମ୍ ହସ୍ପିଟାଲ୍ ୩ୟ, ଭୁବନେଶ୍ୱରରେ ଶ୍ରେଷ୍ଠ
ଆଜିର ଖବର

ଟାଇମ୍‌ସ ର‌୍ୟାଙ୍କିଙ୍ଗ୍‌: ପୂର୍ବ ଭାରତରେ ସମ୍ ହସ୍ପିଟାଲ୍ ୩ୟ, ଭୁବନେଶ୍ୱରରେ ଶ୍ରେଷ୍ଠ

November 20, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍  ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଶୁକ୍ରବାର ପ୍ରକାଶିତ ଟାଇମ୍‌ସ ଅଲ୍ ଇଣ୍ଡିଆ ମଲ୍ଟି ସ୍ପେଶିଆଲିଟି ହସ୍ପିଟାଲ୍ ର‌୍ୟାଙ୍କିଙ୍ଗ୍‌ରେ ପୂର୍ବାଂଚଳରେ ତୃତୀୟ ସ୍ଥାନରେ ସ୍ଥାନୀତ ହୋଇଛି। ଏହି ର‌୍ୟାଙ୍କିଙ୍ଗରେ ଭୁବନେଶ୍ୱରର ହସ୍ପିଟାଲ୍‌ଗୁଡ଼ିକ ମଧ୍ୟରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍  ପ୍ରଥମ ସ୍ଥାନ ହାସଲ କରିଥିବା ବେଳେ ପୂର୍ବାଂଚଳରେ ସମ୍ ହସ୍ପିଟାଲ୍ ଉପରେ କୋଲକାତାର ଆପୋଲୋ ଗ୍ଲିନିଆଗଲସ୍ ହସ୍ପିଟାଲ୍ ଏବଂ ଫୋର୍ଟିସ୍ ହସ୍ପିଟାଲ୍ ଯଥାକ୍ରମେ ପ୍ରଥମ ଓ ଦ୍ୱିତୀୟ ର‌୍ୟାଙ୍କରେ ଅଛନ୍ତି।

୨୦୨୦-୨୧ ମସିହା ନିମନ୍ତେ ଯେଉଁ ହସ୍ପିଟାଲ୍‌ଗୁଡ଼ିକରେ ଅନୁନ୍ୟ ୩ କିମ୍ବା ତତୋଧିକ କ୍ରିଟିକାଲ୍ କେୟାର ସ୍ପେଶିଆଲିଟି ଡିପାର୍ଟମେଂଟ ରହିଛି ସେହି ହସ୍ପିଟାଲ୍‌ଗୁଡ଼ିକୁ ଅନୁଧ୍ୟାନ କରାଯିବା ସହ ସର୍ବେକ୍ଷଣ, ଉପଯୁକ୍ତ ତଥ୍ୟ ସଂଗ୍ରହ ଓ ଗବେଷଣା କରାଯାଇ ଏହି ଶ୍ରେଷ୍ଠ ମଲ୍ଟି ସ୍ପେଶିଆଲିଟି ହସ୍ପିଟାଲ୍ ର‌୍ୟାଙ୍କିଙ୍ଗ ପ୍ରସ୍ତୁତ କରାଯାଇଛି।

୧୬୦୦ ଶଯ୍ୟା ବିଶିଷ୍ଟ ଅତ୍ୟାଧୁନିକ ସ୍ୱାସ୍ଥ୍ୟସେବା ପ୍ରଦାନକାରୀ ତଥା ଏନଏବିଏଚ ଆକ୍ରେଡିଟେସନ ଲାଭ କରିଥିବା ସମ୍‌ ହସ୍ପିଟାଲ୍‌ରେ ସର୍ବାଧିକ ଡାକ୍ତର ଓ ବିଶେଷଜ୍ଞ ସ୍ୱାସ୍ଥ୍ୟସେବା ଯୋଗାଉଛନ୍ତି। ଏହି ହସ୍ପିଟାଲ୍‌ରେ ଗୋଟିଏ ଛାତ ତଳେ ଉତ୍କୃଷ୍ଟଧରଣର ନର୍ସିଂ ସେବା, ଶ୍ରେଷ୍ଠ ଏନ୍‌ଏବିଏଲ୍ ଲାବୋରାଟୋରୀ ତଥା ରେଡିଓଲଜିକାଲ୍ ପରୀକ୍ଷଣ ଓ ସମସ୍ତ ପ୍ରକାର ସୁବିଧା ଉପଲବ୍ଧ।

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ହେଉଛି ଏକ ମାତ୍ର ହସ୍ପିଟାଲ୍ ଯାହାକି ରାଜ୍ୟରେ ମୋଟ ୨୨୦୦ ଶଯ୍ୟା ବିଶିଷ୍ଟ ୫ଟି କୋଭିଡ ହସ୍ପିଟାଲ୍ ସ୍ଥାପନ କରି ମହାମାରୀ ସମୟରେ ଉତ୍କୃଷ୍ଟ ଧରଣର ସ୍ୱାସ୍ଥ୍ୟସେବା ପ୍ରଦାନ କରିସାରିଛି। ଅନୁଭୂତି ସମ୍ପନ୍ନ ଡାକ୍ତର, ନର୍ସ ଓ ପାରାମେଡିକ୍ସ ମାନେ ଏହି ହସ୍ପିଟାଲ୍‌ଗୁଡ଼ିକରେ ନିୟୋଜିତ ହୋଇ କୋଭିଡ୍ ସଂକ୍ରମିତ ମାନଙ୍କୁ ସ୍ୱାସ୍ଥ୍ୟସେବା ପ୍ରଦାନ କରିଛନ୍ତି।

ହସ୍ପିଟାଲ୍‌ର କାର୍ଡିଓଲୋଜି, ସିଟିଭିଏସ୍‌, କ୍ଲିନିକାଲ୍ ହେମାଟୋଲୋଜି, ହେମାଟୋ-ଅଙ୍କୋଲୋଜି, ଇମ୍ୟୁନୋଲୋଜି ଆଣ୍ଡ ର‌୍ୟୁମାଟୋଲୋଜି, ନ୍ୟୁରୋଲୋଜି, ନ୍ୟୁରୋସର୍ଜରୀ, ଗ୍ୟାଷ୍ଟ୍ରୋଏନ୍‌ଟେରୋଲୋଜି, ଗ୍ୟାଷ୍ଟ୍ରୋ ଇନ୍‌ଟେଷ୍ଟାଇନାଲ୍ ସର୍ଜରୀ, ନେଫ୍ରୋଲୋଜି, ୟୁରୋଲୋଜି, ଏଣ୍ଡୋକ୍ରାଇନୋଲୋଜି, ପେଡିଆଟ୍ରିକ୍ ସର୍ଜରୀ, ମେଡିକାଲ୍ ଅଙ୍କୋଲୋଜି, ସର୍ଜିକାଲ୍‌ ଅଙ୍କୋଲୋଜି ଏବଂ ପ୍ଲାଷ୍ଟିକ୍ ଆଣ୍ଡ କସ୍‌ମେଟିକ୍ ସର୍ଜରୀ ଭଳି ସୁପରସ୍ପେଶିଆଲିଟି ବିଭାଗଗୁଡ଼ିକରେ ଖୁବ୍ କମ୍ ମୂଲ୍ୟରେ ଉତ୍ତମ ଚିକିତ୍ସା ପ୍ରଦାନ କରାଯାଉଛି।

ଆଇଏମଏସ ଆଣ୍ଡ ସମ୍ ହସ୍ପିଟାଲ ଏକ ମେଡିକାଲ କଲେଜ ଯେଉଁଠାରେ ପ୍ରତିବର୍ଷ ୨୫୦ ଛାତ୍ରଛାତ୍ରୀ ଏମବିବିଏସ ପାଠ୍ୟକ୍ରମରେ ଯୋଗଦେଇଥାନ୍ତି। ଏଠାରେ ପ୍ରାୟ ସମସ୍ତ ସ୍ପେସିଆଲିଟି ବିଭାଗ ନିମନ୍ତେ ପୋଷ୍ଟ ଗ୍ରାଜୁଏଟ୍ କୋର୍ସ ବ୍ୟତୀତ ବିଭିନ୍ନ ସୁପରସ୍ପେସିଆଲିଟି ବିଭାଗରେ ଏମସିଏଚ ଓ ଡିଏମ ପାଠ୍ୟକ୍ରମ ମଧ୍ୟ ଉପଲବ୍ଧ ଅଟେ।

ସମ୍ ହସ୍ପିଟାଲ୍
Share. Facebook Twitter LinkedIn Email WhatsApp Copy Link

Related Posts

ବିଦେଶ ମାଟିରେ ଓଡିଆ କ୍ଷୁଦ୍ର ଚଳଚିତ୍ର ପୁରସ୍କୃତ, ଦିଲ୍ଲୀପ ହାଲି ଶ୍ରେଷ୍ଠ ପ୍ରଯୋଜକ

March 30, 2026

‘ରାଷ୍ଟ୍ର ପ୍ରଥମ’ ନୀତିକୁ ଆପଣାଇ ରାଷ୍ଟ୍ର ନିର୍ମାଣ ଦିଗରେ ଅବିରତ କାର୍ଯ୍ୟ କରୁଛି ବିଜେପି: ପୃଥ୍ୱୀରାଜ ହରିଚ଼ନ୍ଦନ

March 30, 2026

ଦିଲ୍ଲୀ ପୋଲିସର ବଡ ସଫଳତା: ଗିରଫ ହେଲା ୧୧୦୦ ଥର ବୋମା ଧମକ ଦେଇଥିବା ଅଭିଯୁକ୍ତ

March 30, 2026

ଭାରତ ଅଭିମୁଖେ ଆସୁଛି ୯୪,୦୦୦ ମେଟ୍ରିକ୍‌ ଟନ ବିଶିଷ୍ଟ ଦୁଇଟି ଏଲପିଜି ଜାହାଜ 

March 30, 2026
Latest News

ବିଦେଶ ମାଟିରେ ଓଡିଆ କ୍ଷୁଦ୍ର ଚଳଚିତ୍ର ପୁରସ୍କୃତ, ଦିଲ୍ଲୀପ ହାଲି ଶ୍ରେଷ୍ଠ ପ୍ରଯୋଜକ

March 30, 2026

‘ରାଷ୍ଟ୍ର ପ୍ରଥମ’ ନୀତିକୁ ଆପଣାଇ ରାଷ୍ଟ୍ର ନିର୍ମାଣ ଦିଗରେ ଅବିରତ କାର୍ଯ୍ୟ କରୁଛି ବିଜେପି: ପୃଥ୍ୱୀରାଜ ହରିଚ଼ନ୍ଦନ

March 30, 2026

ଦିଲ୍ଲୀ ପୋଲିସର ବଡ ସଫଳତା: ଗିରଫ ହେଲା ୧୧୦୦ ଥର ବୋମା ଧମକ ଦେଇଥିବା ଅଭିଯୁକ୍ତ

March 30, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.