Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଢେଙ୍କାନାଳରେ ୮୮୦ କୋଟି ଓ ଅନୁଗୁଳରେ ୧୧୭୬ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ଢେଙ୍କାନାଳରେ ୮୮୦ କୋଟି ଓ ଅନୁଗୁଳରେ ୧୧୭୬ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

November 20, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଉଭୟ ଜିଲ୍ଲାର ୧୦ ଲକ୍ଷ ଲେଖାଏଁ ଲୋକ ଏହି ସୁବିଧା ପାଇବେ। ଏହାସହିତ ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି।

କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ଢେଙ୍କାନାଳ ଜିଲ୍ଲା ପାଇଁ ୮୮୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିବା ବେଳେ ଅନୁଗୁଳ ପାଇଁ ୧୧୭୬ କୋଟି ଟଙ୍କାର ପ୍ରକଳ୍ପ ଆରମ୍ଭ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଅନୁଗୁଳ ପାଇଁ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରି ଭଲ ପିଇବା ପାଣି ଉପରେ ଗୁରୁତ୍ବ ଦେଇଛନ୍ତି। ଜିଲ୍ଲାରେ ମିଲେଟ ମିଶନ ପ୍ରତି ଚାଷୀଙ୍କ ଆଗ୍ରହ ବଢୁଥିବା ଯୋଗୁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରି କହିଲେ ଜିଲ୍ଲାରେ ୩୦୦୦ ଚାଷୀ ଏଥିରେ ସାମିଲ ହୋଇଛନ୍ତି। ଏହା ଆମର ପୁଷ୍ଟି ନିରାପତ୍ତାକୁ ମଜବୁତ କରିବ ବୋଲି ସେ କହିଥିଲେ।

ସେହିପରି ଢେଙ୍କାନାଳରେ ଶହୀଦ ବାଜିରାଉତ ଓ ସାରଙ୍ଗଧର ଦାସଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଦେଇ କହିଥିଲେ ଯେ, ଏ ମାଟି ସବୁବେଳେ ଅନ୍ୟାୟ ବିରୁଦ୍ଧରେ ସଂଗ୍ରାମ କରିଆସିଛି। ଢେଙ୍କାନାଳର ପ୍ରଜାମଣ୍ଡଳ ଆନ୍ଦୋଳନ ଓଡିଶା ଇତିହାସର ଏକ ଗୌରବମୟ ଅଧ୍ୟାୟ ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଏହାର ସଂଗ୍ରାମୀ ମାନଙ୍କୁ ପ୍ରଣାମ ଜଣାଇଥିଲେ।

ଢେଙ୍କାନାଳରେ ବିଭିନ୍ନ ପ୍ରକଳ୍ପ ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଶିଳ୍ପ ସହିତ ଉଦ୍ୟାନ କୃଷିରେ ମଧ୍ୟ ଢେଙ୍କାନାଳ ସୁନାମ କରୁଛି। ଢେଙ୍କାନାଳରେ ପର୍ଯ୍ୟଟନର ବିକାଶ ପାଇଁ ୫୦ କୋଟି ଟଙ୍କା ବିନିଯୋଗ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ।

ଅନୁଗୁଳ ଢେଙ୍କାନାଳ ପ୍ରକଳ୍ପର ଶୁଭାରମ୍ଭ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ମୁଖ୍ୟମନ୍ତ୍ରୀ ନବୀନ ସ୍ମାର୍ଟ ହେଲ୍‌ଥ କାର୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026
Latest News

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026

ବଜେଟରେ ନୂଆ ଯୋଜନା, କଲେଜ ପଢା ସରିବା ପରେ ଏଣିକି ଝିଅମାନଙ୍କୁ ମିଳିବ ଲକ୍ଷେ ଟଙ୍କା

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.