Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ସମ୍ବିଧାନ ଦିବସ ପାଳନ ସମାରୋହରେ ଅଂଶଗ୍ରହଣ କରିବେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଆସନ୍ତାକାଲି ସମ୍ବିଧାନ ଦିବସ ପାଳନ ସମାରୋହରେ ଅଂଶଗ୍ରହଣ କରିବେ ପ୍ରଧାନମନ୍ତ୍ରୀ

November 25, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ନଭେମ୍ବର ୨୬ ତାରିଖରେ ଦେଶ ସମ୍ବିଧାନ ଦିବସ ପାଳନ କରିବ। ୧୯୪୯ ମସିହା ଏହି ତାରିଖରେ ସମ୍ବିଧାନ ସଭା ଭାରତୀୟ ସମ୍ବିଧାନକୁ ଗ୍ରହଣ କରିଥିଲା। ଏହି ଐତିହାସିକ ଦିବସର ସ୍ମୃତିଚାରଣ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପରିକଳ୍ପନା ଆଧାରରେ ୨୦୧୫ ଠାରୁ ଦେଶରେ ସମ୍ବିଧାନ ଦିବସ ପାଳନ କରାଯାଉଛି। ଏପରି ପରିକଳ୍ପନା ପଛରେ ଅତୀତର ଆଉ ଏକ କାରଣ ମଧ୍ୟ ରହିଛି। ୨୦୧୦ରେ ତତ୍କାଳୀନ ଗୁଜରାଟ ମୁଖ୍ୟମନ୍ତ୍ରୀ ନରେନ୍ଦ୍ର ମୋଦୀ “ସମ୍ବିଧାନ ଗୌରବ ଯାତ୍ରା” ଆୟୋଜନ କରିଥିଲେ।

ଚଳିତ ବର୍ଷ ସମ୍ବିଧାନ ଦିବସ ପାଳନ କରାଯିବାର ଏକ ଅଂଶବିଶେଷ ସ୍ୱରୂପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୨୬, ୨୦୨୧ରେ ସଂସଦ ଭବନ ଏବଂ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜନ ହେବାକୁ ଥିବା କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ।

ସଂସଦ ଭବନରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମ ପୂର୍ବାହ୍ନ ୧୧ଟାରେ ଆରମ୍ଭ ହେବ ଏବଂ ଏହା ସଂସଦର କେନ୍ଦ୍ରୀୟ ସଭାଗୃହରେ ଅନୁଷ୍ଠିତ ହେବ। ମାନନୀୟ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଏବଂ ଲୋକସଭା ବାଚସ୍ପତି ଏଥିରେ ଉଦବୋଧନ ଦେବେ। ରାଷ୍ଟ୍ରପତିଙ୍କ ଅଭିଭାଷଣ ପରେ, ସାରା ଦେଶ ତାଙ୍କ ସହିତ ସମ୍ବିଧାନର ମୁଖବନ୍ଧ ପାଠ କରିବ। ମାନନୀୟ ରାଷ୍ଟ୍ରପତି ସମ୍ବିଧାନ ସଭା ଅଭିଭାଷଣଗୁଡ଼ିକର ଡିଜିଟାଲ ସଂସ୍କରଣ, ଭାରତୀୟ ସମ୍ବିଧାନର ହସ୍ତଲିଖିତ ଡିଜିଟାଲ ସଂସ୍କରଣ ଏବଂ ବର୍ତ୍ତମାନ ସୁଦ୍ଧା ହୋଇଥିବା ସମସ୍ତ ସଂଶୋଧନ ସହିତ ସମ୍ବିଧାନର ଆଧୁନିକତମ ସଂସ୍କରଣକୁ ଉନ୍ମୋଚନ କରିବେ। ସେ ‘ସାମ୍ବିଧାନିକ ଗଣତନ୍ତ୍ର ଉପରେ ଅନଲାଇନ ପ୍ରଶ୍ନୋତ୍ତର’ ପ୍ରତିଯୋଗିତାର ମଧ୍ୟ ଉଦଘାଟନ କରିବେ।

ନୂଆଦିଲ୍ଲୀର ବିଜ୍ଞାନ ଭବନସ୍ଥିତ ପ୍ଲେନାରୀ ହଲ୍ ଠାରେ ଅପରାହ୍ନ ୫ ଟା ୩୦ ମିନିଟ୍ ସମୟରେ ସର୍ବୋଚ୍ଚ ନ୍ୟାୟାଳୟ ପକ୍ଷରୁ ସମ୍ବିଧାନ ଦିବସ ଆୟୋଜନ କରାଯିବ। ସର୍ବୋଚ୍ଚ ନ୍ୟାୟାଳୟର ସମସ୍ତ ବିଚାରପତି, ସମସ୍ତ ହାଇକୋର୍ଟର ମୁଖ୍ୟ ବିଚାରପତି ଏବଂ ବରିଷ୍ଠ ବିଚାରପତି, ସୋଲିସିଟର ଜେନେରାଲ ଏବଂ ଆଇନ କ୍ଷେତ୍ରର ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ। ପ୍ରଧାନମନ୍ତ୍ରୀ ବିଶିଷ୍ଟ ବ୍ୟକ୍ତିବିଶେଷମାନଙ୍କ ସମାରୋହକୁ ମଧ୍ୟ ସମ୍ବୋଧିତ କରିବେ।

ନଭେମ୍ବର ୨୬ ତାରିଖ ନରେନ୍ଦ୍ର ମୋଦୀ ଭାରତୀୟ ସମ୍ବିଧାନ ସମ୍ବିଧାନ ସଭା
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026
Latest News

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026

ତିନୋଟି ନୂତନ ଉପକ୍ରମର ଘୋଷଣା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.