କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ

Published: Nov 25, 2021, 11:03 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୯ ହଜାର ୧୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଲାଇ ଗତ ୨୪ ଘଣ୍ଟାରେ ୩୯୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୫ ଲକ୍ଷ ୪୪ ହଜାର ୮୮୨ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୬ ହଜାର ୯୮୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୯ ଲକ୍ଷ ୬୭ ହଜାରରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୯ ହଜାର ୯୪୦ ଆକ୍ଟିଭ୍‌ କେସ୍ ରହିଛି।

Related posts